୧.୩୦ରେ ମୁଖ୍ୟ ଶାସନ ସଚିବଙ୍କ ବଡ଼ ଘୋଷଣା

ଅନଲକ୍‌ ହେବକି ଓଡ଼ିଶା!

0

ଭୁବନେଶ୍ୱର: ଆଜି ବଡ଼ ଘୋଷଣା କରିବେ ମୁଖ୍ୟ ଶାସନ ସଚିବ । ବୁଧବାର ଦିନ ଅପରାହ୍ନ ୧.୩୦ରେ କରୋନା ସ୍ଥିତି ନେଇ କିଛି ବଡ଼ ଘୋଷଣା କରିପାରନ୍ତି ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର । ରାଜ୍ୟରେ ଲାଗୁ ହୋଇଥିବା ଲକ୍‌ଡାଉନ ଗୁରୁବାର ଶେଷ ହେଉଛି । ତେଣୁ ଆଗକୁ ଲକ୍‌ଡାଉନ ରହିବ କି ଅନ୍‌ଲକ୍‌ ହେବ । ସେନେଇ ବଡ଼ ଘୋଷଣା କରିପାରନ୍ତି ମୁଖ୍ୟ ଶାସନ ସଚିବ । ଖବର ଅନୁଯାୟୀ, ଓଡ଼ିଶାରେ ଚଳିତ ମାସରେ କରୋନା ସଂକ୍ରମଣ ଖସିବାରେ ଲାଗିଛି । ହେଲେ ଏଥିରେ ଉତ୍ସାହିତ ହୋଇ ଢିଲା ହେବାର ସମୟ ଆସିନାହିଁ । ସାମାନ୍ୟ ଅବହେଳା ହିଁ ସାରା ରାଜ୍ୟକୁ ମହଙ୍ଗା ପଡ଼ିବ ବୋଲି ବିଶେଶଜ୍ଞ ମାନେ କହୁଛନ୍ତି । ରାଜ୍ୟରେ ଏବେ ସଂକ୍ରମଣ ହାର ୫ ପ୍ରତିଶତ ତଳକୁ ଖସିଛି । ତେଣୁ ରାଜ୍ୟରେ କଟକଣାକୁ କୋହଳ କରିବା ଉଚିତ୍‌ ହେବ ନାହିଁ, ତାହା ଆଜି ଜଣାପଡିବ । ଏପିରିକି ଦେଖିବାକୁ ଗଲେ ରାଜ୍ୟରେ ଏବେ ମୃତ୍ୟୁ ସଂଖ୍ୟା ଥମିବାରେ ଲାଗୁନି । ପ୍ରତିଦିନ ମୃତ୍ୟୁ ସଂଖ୍ୟା ୪୦ ଉପରେ ରହୁଛି ।

Leave A Reply

Your email address will not be published.

19 − 4 =