ରାଜ୍ୟରେ ପୁଣି ୧୦ ଜଣଙ୍କ ଜୀବନ ନେଲା କରୋନା, ୪୦୦ ଟପିଲା ମୃତ୍ୟୁ ସଂଖ୍ୟା

0

ରାଜ୍ୟରେ କରୋନା ନେଇଛି ଆଉ ୧୦ ଜୀବନ। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଦିଆଯାଇଛି ଏହି ସୂଚନା। ଏହା ସହିତ ୪୦୯ରେ ପହଞ୍ଚି ଯାଇଛି ରାଜ୍ୟର କରୋନା ଜନିତ ମୃତ୍ୟୁ ସଂଖ୍ୟା।ମୃତକଙ୍କ ମଧ୍ୟରେ ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୩ ଜଣ ଥିବା ବେଳେ କଟକ ଓ ରାୟଗଡ଼ାରୁ ୨ ଜଣ ଲେଖାଏଁ ଅଛନ୍ତି। ସେହିପରି ବଲାଙ୍ଗୀର, ଗଜପତି ଓ ରାୟଗଡ଼ାରୁ ଜଣେ ଲେଖାଏଁ ପ୍ରାଣ ହରାଇଛନ୍ତି।ଏହା ସହିତ ଗଞ୍ଜାମରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୭୪ରେ ପହଞ୍ଚିଥିବା ବେଳେ କଟକରେ ୨୪, ଗଜପତିରେ ୧୭, ରାୟଗଡ଼ାରେ ୨୦, ବଲାଙ୍ଗିରରେ ୩ ଓ ନୟାଗଡ଼ରେ ୧୧ରେ ପହଞ୍ଚିଛି।ସୂଚନାଯୋଗ୍ୟ, ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୭୮,୫୩୦ରେ ପହଞ୍ଚିଥିବା ବେଳେ ୫୨,୨୭୬ ଜଣ ସୁସ୍ଥ ହୋଇସାରିଛନ୍ତି। ୨୫,୭୯୨ ଜଣ ଚିକିତ୍ସାଧୀନ ଅଛନ୍ତି। ଆଉ ୫୩ ଜଣ କରୋନା ଆକ୍ରାନ୍ତଙ୍କର ମଧ୍ୟ ମୃତ୍ୟୁ ଘଟିଛି। ତେବେ ସେମାନେ ଅନ୍ୟାନ୍ୟ କାରଣରୁ ପ୍ରାଣ ହରାଇଥିବା ସରକାରଙ୍କ ପକ୍ଷରୁ କୁହାଯାଇଛି।

Leave A Reply

Your email address will not be published.

fourteen − three =