ରାଜ୍ୟରେ ଆଉ ୧୦ କରୋନା ସଂକ୍ରମିତଙ୍କ ମୃତ୍ୟୁ

0

ରାଜ୍ୟରେ ଦିନକୁ ଦିନ ବିଗିଡିବାରେ ଲାଗିଛି କରୋନା ସ୍ଥିତି । ୨୪ ଘଣ୍ଟା ମଧ୍ୟରେ ୧୦ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୭୦୧କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି । ୧୦ ମୃତକଙ୍କ ମଧ୍ୟରୁ କଟକ, ପୁରୀ ଜିଲ୍ଲାରୁ ୨ ଜଣ ଲେଖାଏଁ, ବଲାଙ୍ଗୀର, ଗଞ୍ଜାମ, କଳାହାଣ୍ଡି, ଖୋର୍ଦ୍ଧା, ମୟୁରଭଞ୍ଜ ଏବଂ ସମ୍ବଲପୁର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୭୯୮୮୦ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୭୪୬୯ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୪୧୬୫୭ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୭୦୧ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୨୭୬୬୯୭୬ଟି ସାମ୍ପୁଲ ଟେଷ୍ଟ୍ ହୋଇଛି

Leave A Reply

Your email address will not be published.