୧୩୬ଜଣ କରୋନା ପଜିଟିଭ୍ ଚିହ୍ନଟ, ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୩୮୬କୁ ବୃଦ୍ଧି

0

ରାଜ୍ୟରେ ଆଜି  ୧୩୬ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଫଳରେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୩୮୬କୁ ବୃଦ୍ଧି ପାଇଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଏମାନଙ୍କ ଭିତରୁ ୨ଜଣ ସ୍ଥାନୀୟ ସଂକ୍ରମିତ ଥିବା ବେଳେ ଅବଶିଷ୍ଟ ୧୩୪ଜଣ ସଙ୍ଗରୋଧ କେନ୍ଦ୍ରର ବୋଲି ଜଣାଯାଇଛି। ଆଜି ୧୪ଟି ଜିଲ୍ଲାରୁ ଏହିସବୁ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାଯାଇଛି।

ଏବେ ରାଜ୍ୟରେ ମୋଟ୍ ୨୨୮୨ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ସକ୍ରିୟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୯୨ ରହିଛି। ଅପରପକ୍ଷରେ ୯ ଜଣଙ୍କର ମୃତ୍ୟୁ ଘଟିଛି। କରୋନା ବ୍ୟତୀତ ଅନ୍ୟ ରୋଗରେ ତିନି ପୀଡ଼ିତଙ୍କର ବି ମୃତ୍ୟୁ ଘଟିଛି ବୋଲି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Leave A Reply

Your email address will not be published.

4 × three =