ରାଜ୍ୟରେ ଆଉ ୨୮୨ କରୋନା ଆକ୍ରାନ୍ତ ଚିହ୍ନଟ

0

ରାଜ୍ୟରେ ହୁ ହୁ ହୋଇ ବଢୁଛି କରୋନା ସଂକ୍ରମିତ ସଂଖ୍ୟା । ରାଜ୍ୟରେ ଆଉ ୨୮୨ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୫୭୫୨ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୫୬ ଜଣ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିବା ବେଳେ ୨୬ ଜଣ ସ୍ଥାନୀୟ ଅଞ୍ଚଳର ରହିଛନ୍ତି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୫୭୫୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୭୪୦ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୯୮୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୧୭ ଜଣଙ୍କର ମୃତ୍ୟୁ କରୋନା ଜନିତ ହୋଇଥିବା ବେଳେ ୭ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି ।

Leave A Reply

Your email address will not be published.

nine + 8 =