ରାଜ୍ୟରେ ଦିନକରେ ୩୨୨୨ ପଜିଟିଭ

0

ଭୁବନେଶ୍ୱର: ୩ ହଜାର ତଳକୁ ଖସୁନି ଦୈନିକ ସଂକ୍ରମଣ ।
ରାଜ୍ୟରେ ଆଜି ପୁଣି ୩୨୨୨ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୧୮୩୮ ଓ ସ୍ଥାନୀୟ ଅଞ୍ଚଳରୁ ୧୩୮୪ ଜଣ ଚିହ୍ନଟ ହୋଇଛନ୍ତି ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୧୬ ହଜାର ୧୦୯ରେ ପହଞ୍ଚିଛି। ରାଜ୍ୟରେ ସୁସ୍ଥ ସଂଖ୍ୟା ୮ ଲକ୍ଷ ୮୦ ହଜାର ୯୯୭ ରହିଥିବା ବେଳେ ୩୦ ହଜାର ୯୫୦ ଜଣ ଚିକିତ୍ସିତ ହେଉଛନ୍ତି । କଟକ ଜିଲ୍ଲାରୁ ସର୍ବାଧିକ ୯୧୯ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଖୋର୍ଦ୍ଧାରୁ ୪୨୨ ଜଣଙ୍କ ନମୁନା ପଜିଟିଭ୍ ଆସିଛି । ଅନୁଗୁଳରୁ ୯୧ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୨୦୮, ବରଗଡ଼ରୁ ୨୪, ଭଦ୍ରକରୁ ୧୪୧, ବଲାଙ୍ଗିରରୁ ୨୨, ବୌଦ୍ଧରୁ ୧୬, ଦେବଗଡ଼ରୁ ୭, ଢେଙ୍କାନାଳରୁ ୪୧, ଗଜପତିରୁ ୯, ଗଞ୍ଜାମରୁ ୨୪, ଜଗତସିଂହପୁରରୁ ୨୧୨, ଯାଜପୁରରୁ ୧୯୦, ଝାରସୁଗୁଡ଼ାରୁ ୯, କଳାହାଣ୍ଡିରୁ ୨୫, କନ୍ଧମାଳରୁ ୨୫, କେନ୍ଦ୍ରାପଡ଼ାରୁ ୧୭୯ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ସେହିଭଳି କେନ୍ଦୁଝରରୁ ୬୪, କୋରାପୁଟରୁ ୫୩, ମାଲକାନଗିରିରୁ ୬୬, ମୟୂରଭଞ୍ଜରୁ ୧୯୫, ନବରଙ୍ଗପୁରରୁ ୨୩, ନୟାଗଡ଼ରୁ ୧୧୪, ନୂଆପଡ଼ାରୁ ୧୬, ପୁରୀରୁ ୧୮୮, ରାୟଗଡ଼ାରୁ ୬୧, ସମ୍ବଲପୁରରୁ ୩୧, ସୋନପୁରରୁ ୧୨, ସୁନ୍ଦରଗଡ଼ରୁ ୬୬ ଓ ଷ୍ଟେଟପୁଲରୁ ୬୯ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Leave A Reply

Your email address will not be published.

seventeen + 7 =