ରାଜ୍ୟରେ କରୋନା ନେଲା ଆଉ ୩ ମୁଣ୍ଡ, ମୃତ୍ୟୁ ସଂଖ୍ୟା ୭୭ରେ ପହଞ୍ଚିଲା

0

ରାଜ୍ୟରେ କରୋନା ନେଇଛି ଆଉ ୩ ମୁଣ୍ଡ। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଦିଆଯାଇଛି ଏହି ସୂଚନା। ଏହା ସହିତ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୭୭ରେ ପହଞ୍ଚିଛି।୩ ମୃତକଙ୍କ ମଧ୍ୟରୁ ୨ ଜଣ ଗଞ୍ଜାମ ଜିଲ୍ଲାର ହୋଇଥିବା ବେଳେ ଜଣେ ଖୋର୍ଦ୍ଧାର। ତିନି ଜଣ ଯାକ ପୁରୁଷ ଥିଲେ। ଖୋର୍ଦ୍ଧା ଜିଲ୍ଲାରେ ଯାହାର ମୃତ୍ୟୁ ଘଟିଛି, ତାଙ୍କୁ ୭୨ ବର୍ଷ ହୋଇଥିଲା। ସେହିପରି ଗଞ୍ଜାମ ଜିଲ୍ଲାର ଦୁଇ ମୃତକଙ୍କ ବୟସ ଯଥାକ୍ରମେ ୬୫ ଓ ୮୬ ବର୍ଷ। ୬୫ ବର୍ଷୀୟ ବ୍ୟକ୍ତି ଜଣଙ୍କ ଡାଇବେଟିସ୍‌ରେ ପୀଡ଼ିତ ଥିଲେ। ଅନ୍ୟ ବୃଦ୍ଧ ଜଣଙ୍କର ଉଚ୍ଚ ରକ୍ତଚାପ ଥିଲା।
ଗଞ୍ଜାମ ଜିଲ୍ଲାରେ ଆଉ ୨ ଜଣଙ୍କ ମୃତ୍ୟୁ ସହିତ କରୋନା ଜନିତ ମୃତ୍ୟୁ ସଂଖ୍ୟା ୪୬ରେ ପହଞ୍ଚି ଯାଇଛି। ସେହିଭଳି ଖୋର୍ଦ୍ଧାରେ ଏହି ସଂଖ୍ୟା ୧୩ରେ ପହଞ୍ଚିଛି।ବାକି କରୋନା ମୃତକଙ୍କ ମଧ୍ୟରୁ କଟକରୁ ୮ ଜଣ ଥିବା ବେଳେ ପୁରୀରୁ ୨ ଜଣ ଅଛନ୍ତି। କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, ଅନୁଗୋଳ, ବରଗଡ଼, ସୁନ୍ଦରଗଡ଼, ରାୟଗଡ଼ା ଓ ଗଜପତି ଜିଲ୍ଲାରୁ ଜଣେ ଲେଖାଏଁ କରୋନା ଯୋଗୁ ପ୍ରାଣ ହରାଇଛନ୍ତି।
ରାଜ୍ୟରେ ଆହୁରି ୨୪ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। କିନ୍ତୁ କରୋନା ଯୋଗୁ ସେମାନଙ୍କ ମୃତ୍ୟୁ ହୋଇନାହିଁ ବୋଲି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ କୁହାଯାଇଛି। ସେମାନଙ୍କ ମୃତ୍ୟୁ କାରଣ ଅନ୍ୟାନ୍ୟ ଦର୍ଶାଯାଇଛି।

ସୂଚନାଯୋଗ୍ୟ, ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୪,୮୯୮ରେ ପହଞ୍ଚି ଯାଇଛି। ସେମାନଙ୍କ ମଧ୍ୟରୁ ୯,୮୬୪ ଜଣ ସୁସ୍ଥ ହୋଇସାରିଥିବା ବେଳେ ୪,୯୩୩ ଜଣ ଚିକିତ୍ସାଧୀନ ଅଛନ୍ତି।

Leave A Reply

Your email address will not be published.

four + 14 =