ରାଜ୍ୟରେ ଆଜି ପୁଣି ୪୯୫ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାଫଳରେ ଏବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୮୬୦୧କୁ ବୃଦ୍ଧି ପାଇଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।ଏମାନଙ୍କ ଭିତରୁ ୧୪୦ଣ ସ୍ଥାନୀୟ ସଂକ୍ରମିତ ଥିବା ବେଳେ ଅବଶିଷ୍ଟ ୩୫୫ଜଣ ସଙ୍ଗରୋଧ କେନ୍ଦ୍ରର ବୋଲି ଜଣାଯାଇଛି। ଆଜି ୨୪ଟି ଜିଲ୍ଲାରୁ ଏହିସବୁ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାଯାଇଛି। ଏମାନଙ୍କ ଭିତରେ କେହି ବି ଜଣେ ଅମ୍ଫାନ ବାତ୍ୟାର ଉଦ୍ଧାର କାର୍ଯ୍ୟରେ ନିୟୋଜିତ ହୋଇଥିବା ପଶ୍ଚିମବଙ୍ଗ ଫେରନ୍ତା ଏନଡିଆରଏଫ୍ କର୍ମଚାରୀ ନ ଥବା ଜଣାଯାଇଛି।ଏବେ ରାଜ୍ୟରେ ମୋଟ୍ ୫୭୦୫ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ସକ୍ରିୟ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୮୫୩ ରହିଛି।