ରାଜ୍ୟରେ କରୋନାରେ ଗଲା ଆଉ ୮ ଜୀବନ

0

ରାଜ୍ୟରେ ଆଉ ଜଣ ୮ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୬୪୫ରେ ପହଞ୍ଚିଯାଇଛି।ଏହି ୮ ମୃତକଙ୍କ ମଧ୍ୟରେ କଟକରୁ ସର୍ବାଧିକ ୩ ଜଣ ଅଛନ୍ତି। ସେହିପରି ବୌଦ୍ଧ, କନ୍ଧମାଳ, ରାୟଗଡ଼ା, ସମ୍ବଲପୁର ଓ ସୁବର୍ଣ୍ଣପୁରରୁ ଜଣେ ଲେଖାଏଁ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି।ଏହା ସହିତ କଟକରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫୪ରେ ପହଞ୍ଚି ଯାଇଛି। ଅନ୍ୟପକ୍ଷରେ ବୌଦ୍ଧରେ ପ୍ରଥମ ଥର ଜଣେ କରୋନା ରୋଗୀଙ୍କ ମୃତ୍ୟୁ ଘଟିଛି ଓ ସେ ଜଣେ ମହିଳା।କନ୍ଧମାଳରେ ମୃତ୍ୟୁ ସଂଖ୍ୟା ୧୭ରେ ପହଞ୍ଚିଥିବା ବେଳେ ରାୟଗଡ଼ାରେ ୩୪, ସମ୍ବଲପୁରରେ ୧୭ ଓ ସୋନପୁରରେ ୫ରେ ପହଞ୍ଚିଛି।ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧,୫୮,୬୫୦ରେ ପହଞ୍ଚିଥିବା ବେଳେ ୧,୨୨,୦୨୪ ଜଣ ସୁସ୍ଥ ହୋଇସାରିଲେଣି। ୩୫,୯୨୮ ଜଣ ଚିକିତ୍ସାଧୀନ ଅଛନ୍ତି।

Leave A Reply

Your email address will not be published.

one × 1 =