ଆଜିଠୁ ଆୟୁଷ୍ମାନ ଭାରତ ଡିଜିଟାଲ ମିଶନ

0

ନୂଆଦିଲ୍ଲୀ: ଆଜିଠୁ ଆରମ୍ଭ ହେବ ଆୟୁଷ୍ମାନ ଭାରତ ଡିଜିଟାଲ ମିଶନ। ଦିନ ୧୧ଟାରେ ଭିଡିଓ କନଫରେନ୍ସି ମାଧ୍ୟମରେ ଏହାର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏହି କାର୍ଯ୍ୟକ୍ରମରେ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ମନସୁଖ ମାଣ୍ଡଭ୍ୟ ମଧ୍ୟ ଉପସ୍ଥିତ ରହିବେ ବୋଲି ସୂଚନା ମିଳିଛି।

୨୦୨୦ ସ୍ବାଧିନତା ଦିବସ ଅବସରରେ ପ୍ରଧାନମନ୍ତ୍ରୀ ଏହି ଘୋଷଣା କରିଥିବା ବେଳେ ଆଜିଠୁ ଏହା ସମଗ୍ର ଦେଶରେ କାର୍ଯ୍ୟକରୀ ହେବ ବୋଲି ଜଣାପଡିଛି। ତେବେ ଏହା ପୂର୍ବରୁ ଆୟୁଷ୍ମାନ ଭାରତ ଡିଜିଟାଲ ମିଶନ ଏକ ଆଗୁଆ ପ୍ରକଳ୍ପ ଭାବେ ୬ଟି କେନ୍ଦ୍ରଶାସିତ ଅଞ୍ଚଳରେ କାର୍ଯ୍ୟକାରୀ ହେଉଛି।

ଆୟୁଷ୍ମାନ ଭାରତ ଡିଜିଟାଲ ମିଶନ କେନ୍ଦ୍ର ସରକାରଙ୍କ ଆଉ ଏକ ନୂଆ ପ୍ରୟାସ। ଯାହା ହିତାଧିକାରୀଙ୍କୁ ବିଭିନ୍ନ ପ୍ରକାର ଡାଟା, ସୂଚନା, ଭିତ୍ତିଭୂମି, ସେବା ଯୋଗାଇଦେବ ।

Leave A Reply

Your email address will not be published.

five × two =