ଅମିତ ଶାହାଙ୍କ ଆଶୁ ଆରୋଗ୍ୟ କାମନା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

0

ଗୃହମନ୍ତ୍ରୀ ଅମିତ ଶାହା କରୋନା ସଂକ୍ରମିତ ଜଣାପଡ଼ିବା ପରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଚିନ୍ତା ପ୍ରକଟ କରିବା ସହ ତାଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି ।ଏକ ଟ୍ଵିଟ କରି ମୁଖ୍ୟମନ୍ତ୍ରୀ ଲେଖିଛନ୍ତି ଯେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା କୋଭିଡ-୧୯ ପଜିଟିଭ ଚିହ୍ନଟ ହୋଇ ହସପିଟାଲରେ ଭର୍ତ୍ତି ହୋଇଥିବା ଜାଣି ମୁଁ ଚିନ୍ତିତ । ତାଙ୍କର ଆଶୁ ଆରୋଗ୍ୟ ଓ ଦୀର୍ଘ ଜୀବନ କାମନା କରୁଛି ।ସେହିପରି କେନ୍ଦ୍ର ପେଟ୍ରୋଲିୟମ ଓ ଇସ୍ପାତ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ଅମିତ ଶାହାଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି । ଟ୍ଵିଟ କରି ସେ ଲେଖିଛନ୍ତି ଯେ ପ୍ରଭୁ ଜଗନ୍ନାଥ ଆପଣ(ଅମିତ ଶାହା)ଙ୍କୁ ଆରୋଗ୍ୟ କରନ୍ତୁ । ଆପଣଙ୍କ ଆଶୁ ଆରୋଗ୍ୟ କାମନା କରୁଛି ।

ଅମିତ ଶାହା କରୋନା ସଂକ୍ରମିତ ହୋଇଥିବା ଆଜି ନିଜେ ଟ୍ଵିଟ କରି ସୂଚନା ଦେଇଥିଲେ । ଟ୍ଵିଟରରେ ସେ ଲେଖିଛନ୍ତି ଯେ କରୋନାର ପ୍ରାରମ୍ଭିକ ଲକ୍ଷଣ ଦେଖାଯିବା ପରେ ସେ ଟେଷ୍ଟ କରିଥିଲେ । ଟେଷ୍ଟରୁ ସେ କରୋନା ପଜିଟିଭ ଥିବା ଜଣାପଡ଼ିଛି । ତେବେ ତାଙ୍କର ସ୍ୱାସ୍ଥ୍ୟାବସ୍ଥା ଠିକ ଅଛି, କିନ୍ତୁ ଡାକ୍ତରଙ୍କ ପରାମର୍ଶକ୍ରମେ ସେ ଡାକ୍ତରଖାନାରେ ଚିକିତ୍ସା ପାଇଁ ଭର୍ତ୍ତି ହୋଇଛନ୍ତି ।

Leave A Reply

Your email address will not be published.

fourteen + 3 =