ପଶ୍ଚିମ ଓଡିଶା ପାଇଁ ଆଉ ୨୫ କୋଟି ଟଙ୍କାର ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

0

ଭୁବନେଶ୍ୱର: କୋଭିଡ୍‌ ପରିଚାଳନା ପାଇଁ ପଶ୍ଚିମ ଓଡ଼ିଶାକୁ ଆଉ ୨୫କୋଟି ଟଙ୍କା ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୁଖ୍ୟମନ୍ତ୍ରୀ ଆଜି ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ପଶ୍ଚିମ ଓଡିଶାର ୧୧ଟି ଜିଲ୍ଲାରେ କୋଭିଡ ପରିଚାଳନା ପାଇଁ ଏହି ସ୍ୱତନ୍ତ୍ର ସହାୟତା ଘୋଷଣା କରିଛନ୍ତି । ସୂଚନାଯୋଗ୍ୟ ଯେ ପୂର୍ବରୁ ଗତ ମାସରେ ପଶ୍ଚିମ ଓଡିଶାର ୧୧ଟି ଜିଲ୍ଲା ପାଇଁ ୨୫ କୋଟି ଟଙ୍କାର ସହାୟତା ଘୋଷଣା କରାଯାଇଥିଲା । ଏହି ସହାୟତା ରାଶିରେ କିଣା ଯାଇଥିବା ଜରୁରୀକାଳୀନ କୋଭିଡ ଉପକରଣକୁ ମୁଖ୍ୟମନ୍ତ୍ରୀ ଆଜି ଲୋକଙ୍କ ସେବାରେ ଉତ୍ସର୍ଗ କରିଛନ୍ତି । ଏହି ଅର୍ଥ ଦ୍ୱାରା ପଶ୍ଚିମ ଓଡିଶାର ୧୧ଟି ଜିଲ୍ଲା ବରଗଡ, ବଲାଙ୍ଗୀର, କଳାହାଣ୍ଡି, ସମ୍ବଲପୁର, ସୁନ୍ଦରଗଡ, ନୂଆପଡା, ଝାରସୁଗୁଡା, ବୌଦ୍ଧ, ସୁବର୍ଣ୍ଣପୁର, ଦେବଗଡ ଓ ଅନୁଗୁଳରେ ସମସ୍ତ ଜରୁରୀକାଳୀନ କୋଭିଡ ଉପକରଣ କିଣାଯାଇଛି । ଭେଣ୍ଟିଲେଟର, ଅକ୍ସିଜେନ, ପାଇପ ଲାଇନ, ଅଟୋଆନାଲାଇଜର, ସିବିସି ମେସିନ୍‌, ଅକ୍‌ସିମିଟର ଆଦି ପାଇଁ ବ୍ୟବସ୍ଥା କରାଯାଇଛି । ଏହି ଅତିରିକ୍ତ ଅର୍ଥ ବ୍ୟବସ୍ଥା ଦ୍ୱାରା ଏହି ଜିଲ୍ଲାଗୁଡିକରେ କୋଭିଡ ଭିତ୍ତିଭୂମି ଆହୁରି ସୁଦୃଢ ହୋଇପାରିବ ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକାଶ କରିଛନ୍ତି ।

Leave A Reply

Your email address will not be published.

12 + six =