ଚିହ୍ନଟ ହେଲେ ଆଉ ୧୭୪ କରୋନା ସଂକ୍ରମିତ, ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୪୫୧୨କୁ ବୃଦ୍ଧି

0

ରାଜ୍ୟରେ ଆଜି ୧୭୪ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୪୫୧୨ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୪୬ ଜଣ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିବା ବେଳେ ଅନ୍ୟ ୨୮ ଜଣ ସ୍ଥାନୀୟ ଅଞ୍ଚଳର ରହିଛନ୍ତି ।

୧୭୪ ସଂକ୍ରମିତଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ ୫୬ଜଣ, ବାଲେଶ୍ୱର ଜିଲ୍ଲାରୁ ୩୪ଜଣ, କେନ୍ଦୁଝରରୁ ୫ଜଣ, ଯାଜପୁର ଜିଲ୍ଲାରୁ ୯ଜଣ, ନବରଙ୍ଗପୁର ଜିଲ୍ଲାରୁ ୭ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୦ଜଣ, କୋରାପୁଟ ଜିଲ୍ଲାରୁ ୬ଜଣ , ମାଲକାନ୍‌ଗିରିରୁ ଜଣେ, କଳାହାଣ୍ଡ ଜିଲ୍ଲାରୁ ୬ଜଣ, ନୂଆପଡା ଜିଲ୍ଲାରୁ ଜଣେ, କନ୍ଧମାଳ ଜିଲ୍ଲାରୁ ୩ଜଣ, ଭଦ୍ରକ ଜିଲ୍ଲାରୁ ୩ଜଣ, , ବୌଦ୍ଧ ଜିଲ୍ଲାରୁ ୨ଜଣ, ପୁରୀ ଜିଲ୍ଲାରୁ ୧୬ଜଣ, ସୁନ୍ଦରଗଡ ଜିଲ୍ଲାରୁ ୩ଜଣ, କେନ୍ଦ୍ରପଡା ଜିଲ୍ଲାରୁ ୭ଜଣ, ବରଗଡ ଜିଲ୍ଲାରୁ ୪ଜଣ, ବଲାଙ୍ଗୀର ଜିଲ୍ଲାରୁ ଜଣ ରହିଛନ୍ତି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୪୫୧୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୪୫୧ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୦୪୭ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୧୧ ଜଣଙ୍କର ମୃତ୍ୟୁ କରୋନା ଜନିତ ହୋଇଥିବା ବେଳେ ୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି ।

Leave A Reply

Your email address will not be published.