୨୪ଘଣ୍ଟାରେ ୫୪,୭୩୫ଜଣ କରୋନା ଆକ୍ରାନ୍ତ ଚିହ୍ନଟ, ୮୫୩ମୃତ

0

ଅଗଷ୍ଟ ୨ତାରିଖ ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୧୭,୧୪,୨୧୩ ଜଣ କରୋନାଭାଇରସ୍ ଦ୍ୱାରା ଆକ୍ରାନ୍ତ ହୋଇଥିବା କଥା କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ତରଫରୁ ସୂଚନା ଦିଆଯାଇଛି । ୨୪ଘଣ୍ଟାରେ ୫୪,୭୩୫ଜଣ କରୋନା ଆକ୍ରାନ୍ତ ହୋଇଛନ୍ତି। ମୋଟ ଆକ୍ରାନ୍ତଙ୍କ ମଧ୍ୟରୁ ୧୧୪୫୬୨୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ସେମାନଙ୍କ ମଧ୍ୟରୁ ଜଣେ ଦେଶାନ୍ତର ଯାତ୍ରା କରିଛନ୍ତି। ବାକି ୩୭୩୬୪ ଜଣ ଆକ୍ରାନ୍ତ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି । ୨୪ ଘଣ୍ଟା ମଧ୍ୟରେ ଜଣାପଡ଼ିଥିବା ୫୪,୭୩୫ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୫୬୭୭୩୦ ରହିଛି। ୨୪ ଘଣ୍ଟାରେ ୮୫୩ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି।ଗତକାଲି ୨୪ଘଣ୍ଟାରେ ୫୭,୧୨୮ଜଣ କରୋନା ଆକ୍ରାନ୍ତ ହୋଇଥିବା ବେଳେ ଆଜି ୫୪,୭୩୫ଜଣ କରୋନା ଆକ୍ରାନ୍ତ ହୋଇଛନ୍ତି | ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ଆଜି ମୋଟ ଆକ୍ରାନ୍ତଙ୍କ ସଂଖ୍ୟ ୧୭ଲକ୍ଷ ପାର କରିଛି। ଏହା ସହ ୨୪ଘଣ୍ଟାରେ ୮୫୩ଜଣ ମୃତ୍ୟୁବରଣ କରିବା ପରେ ମୋଟ ମୃତ୍ୟୁ ସଂଖ୍ୟା ୩୭୩୬୪ରେ ପହଞ୍ଚିଛି।

Leave A Reply

Your email address will not be published.

five × 1 =