ମୃତ୍ୟୁ ସଂଖ୍ୟାରେ ଲାଗୁନି ବ୍ରେକ; ଆଜି ୫୯ ଜୀବନ ନେଲା କରୋନା

0

ଭୁବନେଶ୍ୱର: କରୋନା ମୃତ୍ୟୁରେ ଲାଗୁନି ବ୍ରେକ । ଦେଖିବାକୁ ଗଲେ ସୀମା ଟପିବାକୁ ଲାଗିଚି । କାରଣ ଏବେ ଏହି ସଂଖ୍ୟା ପଚାଶ ଉପରେ ରହିଛି । ରାଜ୍ୟରେ କରୋନା ସଂକ୍ରମଣ ପ୍ରାୟତଃ ଆୟତ୍ତକୁ ଆସିଯାଇଥିବା ବେଳେ ମୃତ୍ୟୁର କିନ୍ତୁ ଲଗାମ୍ ନାହିଁ । ଲକଡାଉନ୍, ସଟଡାଉନ୍ ପରି କଟକଣା ପରେ ବି ଲାଗିପାରୁନାହିଁ ମୃତ୍ୟୁସଂଖ୍ୟାରେ ରୋକ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୫୯ ଜଣଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୪୩୫୮କୁ ବୃଦ୍ଧି ପାଇଛି । ଖୋର୍ଦ୍ଧାରୁ ସର୍ବାଧିକ ୧୦ ଜଣ ମୃତ୍ୟୁବରଣ କରିଛନ୍ତି । ସେହିପରି ବରଗଡ଼, ଢେଙ୍କାନାଳ, ପୁରୀରୁ ଜଣ ଲେଖାଏଁ, ସୁନ୍ଦରଗଡ଼, ରାୟଗଡ଼ା, ନୟାଗଡ଼, ଗଞ୍ଜାମରୁ ୪ ଜଣ ଲେଖାଏଁ, କଳାହାଣ୍ଡି, କେନ୍ଦ୍ରାପଡ଼ା, ନବରଙ୍ଗପୁରରୁ ୩ ଜଣ ଲେଖାଏଁ, କଟକ, ଯାଜପୁର, ମୟୂରଭଞ୍ଜରୁ ୨ ଜଣ ଲେଖାଏଁ, ଅନୁଗୁଳ, ଜଗତସିଂହପୁର, କୋରାପୁଟରୁ ଜଣେ ଲେଖାଏଁ ମୃତ୍ୟୁବରଣ କରିଛନ୍ତି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି ।

Leave A Reply

Your email address will not be published.

17 − twelve =