ରାଜ୍ୟରେ ଆଉ ୪୬ ଜୀବନ ନେଲା କରୋନା

0

ଭୁବନେଶ୍ୱର: ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟାରେ ଲାଗୁନି ବ୍ରେକ । ପ୍ରତିଦିନ ୪୦ ଉପରେ ମୁଣ୍ଡ ନେଉଛି ମହାମାରୀ । ଆଜି ମଧ୍ୟ ରାଜ୍ୟରେ ଆଉ ୪୬ ମୁଣ୍ଡ ନେଇଛି କରୋନା । ଫଳରେ ଏହି ମୃତ୍ୟୁ ସଂଖ୍ୟାକୁ ମିଶାଇ ମୋଟ ମୃତ୍ୟୁ ସଂଖ୍ୟା ୪ ହଜାର ୧୦୯ କୁ ବୃଦ୍ଧି ପାଇଛି । ଗତ ୨୪ ଘଣ୍ଟାରେ ୪୬ ଜୀବନ ଯାଇଛି । ଖୋର୍ଦ୍ଧାରୁ ସର୍ବାଧିକ ୯ ଜଣ ମୃତ୍ୟୁବରଣ କରିଛନ୍ତି । ଅନୁଗୁଳରୁ ଜଣେ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ବାଲେଶ୍ୱରରୁ ଜଣେ, ବରଗଡ଼ରୁ ଜଣେ, ଭୁବନେଶ୍ୱରରୁ ୫ ଜଣ, କଟକରୁ ୩ ଜଣ, ଢେଙ୍କାନାଳରୁ ୩ ଜଣ, ଗଞ୍ଜାମରୁ ୩ ଜଣ, ଜଗତସିଂହପୁରରୁ ଜଣେ, ଝାରସୁଗୁଡ଼ାରୁ ଜଣେ, କଳାହାଣ୍ଡିରୁ ଜଣେ ପ୍ରାଣ ହରାଇଛନ୍ତି। ସେହିଭଳି କେନ୍ଦ୍ରାପଡ଼ାରୁ ୩ , କେନ୍ଦୁଝରରୁ ଜଣେ, କୋରାପୁଟରୁ ଜଣେ, ମୟୂରଭଞ୍ଜରୁ ଜଣେ, ନୟାଗଡ଼ରୁ ୪ ଜଣ, ପୁରୀରୁ ୪ ଜଣ, ସମ୍ବଲପୁରରୁ ୩ ଜଣ, ସୁବର୍ଣ୍ଣପୁରରୁ ଜଣେ, ସୁନ୍ଦରଗଡ଼ରୁ ୪ ଜଣ କୋଭିଡ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି ।

Leave A Reply

Your email address will not be published.

twelve + 13 =