ରାଜ୍ୟରେ ଆଜି ସର୍ବାଧିକ ୬୩ ମୁଣ୍ଡ ନେଲା କରୋନା

0

ଭୁବନେଶ୍ୱର: ଦିନ ଯେତିକି ବଢୁଛି କରୋନା ମୃତ୍ୟୁ ସଂଖ୍ୟା ସେତିକି ରେକର୍ଡ କରୁଛି । ପ୍ରତିଦିନ ମୃତ୍ୟୁ ସଂଖ୍ୟାରେ ନୂଆ ନୂଆ ସଂଖ୍ୟା ଆସୁଛି । କମିବାରେ ତ ନାଁ ନେଉନାହିଁ ବରଂ ଏହା ବଢ଼ିବାରେ ଲାଗିଛି । ଗତ ସାତଦିନ ହେଲା କରୋନାରେ ୫୦ରୁ ଅଧିକ ଲୋକ ମୃତ୍ୟୁବରଣ କରୁଥିବା ଦେଖାଯାଉଛି ।

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୩ ଜଣଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୪୬୬୨କୁ ବୃଦ୍ଧି ପାଇଛି । ଖୋର୍ଦ୍ଧାରୁ ସର୍ବାଧିକ ୧୩ ଜଣ ମୃତ୍ୟୁବରଣ କରିଛନ୍ତି । ସେହିପରି ବରଗଡ଼ରୁ ୭ ଜଣ, ମୟୂରଭଞ୍ଜରୁ ୬ ଜଣ, ଗଞ୍ଜାମ ଓ ପୁରୀରୁ ୫ ଜଣ ଲେଖାଏଁ, ଢେଙ୍କାନାଳ ଓ କେନ୍ଦ୍ରାପଡ଼ାରୁ ୪ ଜଣ ଲେଖାଏଁ, ବୌଦ୍ଧ, ଯାଜପୁର ଓ ନୟାଗଡ଼ରୁ ୩ ଜଣ ଲେଖାଏଁ, ବାଲେଶ୍ୱର, ଜଗତସିଂହପୁର ଓ କେନ୍ଦୁଝରରୁ ୨ ଜଣ ଲେଖାଏଁ, ଅନୁଗୁଳ, ବଲାଙ୍ଗିର, ଗଜପତି, କନ୍ଧମାଳରୁ ଜଣେ ଲେଖାଏଁ ମୃତ୍ୟୁବରଣ କରିଛନ୍ତି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି ।

Leave A Reply

Your email address will not be published.

1 × five =