ରାଜ୍ୟରେ କରୋନା ମୃତ୍ୟୁ ରେ ଲାଗୁନି ବ୍ରେକ; ଆଜି ୪୫ ମୃତ

0

ଭୁବନେଶ୍ୱର: ଜାରି ରହିଛି ମହାମାରୀ କରୋନା ସଂକ୍ରମଣ । ଦେଶରେ କରୋନା ମୃତ୍ୟୁ ସଂଖ୍ୟା ହ୍ରାସ ପାଇଲେ ବି ରାଜ୍ୟରେ ଏହି ସଂଖ୍ୟାରେ ବ୍ରେକ ଲାଗୁନି । ପ୍ରତିଦିନ ୪୦ ଉପରେ ଲୋକଙ୍କ ପ୍ରାଣ ନେଉଛି ଏହି ମହାମାରୀ । ଆଜି ମଧ୍ୟ ରାଜ୍ୟରେ କରୋନା ରେ ୪୫ ଜଣଙ୍କ ମୃତ୍ୟୁ ଘଟିଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ପୁଣି ୪୫ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ଫଳରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୪୦୬୩କୁ ବୃଦ୍ଧି ପାଇଛି ।

 

ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁଯାୟୀ , ଆଜି ଖୋର୍ଦ୍ଧାରୁ ସର୍ବାଧିକ ୯ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ସେହିପରି ନୟାଗଡ଼ ଓ ପୁରୀରୁ ୫ ଜଣ ଲେଖାଏଁ, କେନ୍ଦୁଝର ଓ ଗଞ୍ଜାମରୁ ୪ ଜଣ ଲେଖାଏଁ, ବରଗଡ଼ ଓ ସୁନ୍ଦରଗଡ଼ରୁ ୩ ଜଣ ଲେଖାଏଁ, ଅନୁଗୁଳ, ସମ୍ବଲପୁର ଓ କଟକଣୁ ୨ ଜଣ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଏହା ସହ ବାଲେଶ୍ୱର, ଢେଙ୍କାନାଳ, ଯାଜପୁର, ଝାରସୁଗୁଡା, ମୟୂରଭଞ୍ଜ ଓ ନବରଙ୍ଗପୁରରୁ ଜଣେ ଲେଖାଏଁ ମୃତ୍ୟୁବରଣ କରିଛନ୍ତି । 

Leave A Reply

Your email address will not be published.

19 − seventeen =