ଦେଶରେ ଦିନକରେ ୪୪,୧୧୧ ସଂକ୍ରମିତ ଚିହ୍ନଟ

0

ନୂଆଦିଲ୍ଲୀ: ସଂକ୍ରମିତ କମିବାର ନା ଧରୁନି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାଭାଇରସ୍‌ଜନିତ ମହାମାରୀ ସଂକ୍ରମଣସଂଖ୍ୟା ୪୪ ହଜାରରୁ କିଛି ଅଧିକ ଥିବା ବେଳେ ମୃତ୍ୟୁସଂଖ୍ୟା ମଧ୍ୟ ୭ ଶହରୁ ଅଧିକ ରହିଛି। କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଶନିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୪୪,୧୧୧ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୭୩୮ ମୃତ୍ୟୁ ରେକର୍ଡ କରାଯାଇଛି। ଏହି ତଥ୍ୟକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌ ସଂକ୍ରମଣ ମାମଲା ୩,୦୫,୦୨,୩୬୨ ଓ ମୃତ୍ୟୁସଂଖ୍ୟା ୪,୦୧,୦୫୦ରେ ପହଞ୍ଚିଛି।

ସେହିଭଳି, ଗତ ୨୪ ଘଣ୍ଟା ମଧ୍ୟରେ ୫୭,୪୭୭ ଆକ୍ରାନ୍ତ ସୁସ୍ଥ ହୋଇ ଫେରିବା ସହ ସମୁଦାୟ ସୁସ୍ଥତାସଂଖ୍ୟା ୨,୯୬,୦୫,୭୭୯ରେ ପହଞ୍ଚିଛି। ଦେଶରେ ସମୁଦାୟ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୪,୯୫,୫୩୩।

Leave A Reply

Your email address will not be published.

14 + seventeen =