ପଞ୍ଚଭୂତରେ ଲୀନ ହେଲେ ବିଜୟ

0

ପଞ୍ଚଭୂତରେ ଲୀନ ହେଲା ବିଶିଷ୍ଟ ଅଭିନେତା ବିଜୟ ମହାନ୍ତିଙ୍କ ପାର୍ଥିବ ଶରୀର । ଭୁବନେଶ୍ୱର ସତ୍ୟନଗରସ୍ଥିତ ଶ୍ମଶାନରେ ତାଙ୍କର ଅନ୍ତିମ ସଂସ୍କାର କରାଯାଇଛି । ମେଡିକାଲରୁ ବିଜୟଙ୍କ ମରଶରୀର ବମିଖାଲସ୍ଥିତ ବାସଭବନରେ ପହଞ୍ଚିବା ପରେ ସେଠାରେ ଅନେକ ପ୍ରଶଂସକ, ଶୁଭେଚ୍ଛୁ ଓ ପରିବାରବର୍ଗ ତାଙ୍କୁ ଶେଷ ସମ୍ମାନ ଜଣାଇଥିଲେ । ଏଥିସହ ଓଲିଉଡର ଅନେକ କଳାକାର ମଧ୍ୟ ବିଜୟଙ୍କ ଶେଷ ଦର୍ଶନ କରିଥିଲେ ।ଏହାପରେ ବିଜୟଙ୍କ କର୍ମମୟ ଜୀବନ ବିତିଥିବା ଉତ୍କଳ ସଂଗୀତ ମହାବିଦ୍ୟାଳୟକୁ ମରଶରୀରକୁ ନିଆଯାଇଥିଲା।  ସେଠାରେ ଅନେକ ଓଲିଉଡ୍ କଳାକାର ଓ ସଂଗୀତ ମହାବିଦ୍ୟାଳୟର ଛାତ୍ରଛାତ୍ରୀ ତାଙ୍କୁ ଶ୍ରଦ୍ଧା ସୁମନ ଅର୍ପଣ କରିଥିଲେ । ଏହାପରେ ତାଙ୍କୁ ଗାର୍ଡ ଅଫ୍ ଅନର ଦିଆଯାଇଥିଲା । ଶହ ଶହ ପ୍ରଶଂସକ ବର୍ଷୀୟାନ ଅଭିନେତା ବିଜୟ ମହାନ୍ତିଙ୍କୁ ଶେଷ ସମ୍ମାନ ଜଣାଇଥିଲେ । ଗତ ରାତିରେ ଚିକିତ୍ସାଧୀନ ଅବସ୍ଥାରେ ବିଜୟ ମହାନ୍ତିଙ୍କର ପରଲୋକ ହୋଇଥିଲା ।

Leave A Reply

Your email address will not be published.

one × one =