ରାଜ୍ୟରେ ଆଉ ୨ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୪ରେ ପହଞ୍ଚି ଯାଇଛି।ଏହି ଦୁଇ ମୃତକଙ୍କ ମଧ୍ୟରୁ ଜଣେ ବରଗଡ଼ ଜିଲ୍ଲାର ୭୬ ବର୍ଷୀୟ ପୁରୁଷ ହୋଇଥିବା ବେଳେ ଅନ୍ୟ ଜଣେ ଗଞ୍ଜାମ ଜିଲ୍ଲାର ୪୯ ବର୍ଷୀୟ ପୁରୁଷ। ଏହା ସହିତ ଗଞ୍ଜାମ ଜିଲ୍ଲାରେ କରୋନା ମୃତ୍ୟୁ ସଂଖ୍ୟା ୭ରେ ପହଞ୍ଚିଛି। ଅନ୍ୟପକ୍ଷରେ ବରଗଡ଼ରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ପରେ ପଶ୍ଚିମ ଓଡ଼ିଶାରେ କରୋନା ପ୍ରଥମ ମୁଣ୍ଡ ନେଇଛି।ସେହିପରି ଆଉ ଜଣେ କରୋନା ଆକ୍ରାନ୍ତଙ୍କର ମଧ୍ୟ ମୃତ୍ୟୁ ଘଟିଛି। ତେବେ ସେ କରୋନା ଯୋଗୁ ନୁହେଁ, ଅନ୍ୟ କାରଣ ଯୋଗୁ ପ୍ରାଣ ହରାଇଥିବା ସରକାରଙ୍କ ପକ୍ଷରୁ କୁହାଯାଇଛି।କରୋନାରେ ଖୋର୍ଦ୍ଧା ଜିଲ୍ଲାରୁ ୪ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ କଟକ ଓ ପୁରୀରୁ ଜଣେ ଲେଖାଏ ପ୍ରାଣ ହରାଇଛନ୍ତି।
ଆହୁରି ପଢନ୍ତୁ