ଏହି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା

0

ଭୁବନେଶ୍ୱର: ରାଜ୍ୟରେ ପ୍ରବଳ ବର୍ଷା ହେଉଛି। ଘଡଘଡି ସାଙ୍ଗକୁ ବର୍ଷା ଜାରି ରହିଛି। ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ତତ୍‌ସଂଲଗ୍ନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ଆସନ୍ତା ୨ ଦିନ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ମଧ୍ୟ ହୋଇପାରେ । ତେଣୁ ଜୁଲାଇ ୨୭ ତାରିଖ ଯାଏ ପାଣିପାଗ ବିଭାଗ ପକ୍ଷରୁ କିଛି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି।

ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ମୁତାବକ, ଲଘୁଚାପ ପ୍ରଭାବରୁ ଶୁକ୍ରବାର ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର, ନୂଆପଡ଼ା, ବଲାଙ୍ଗୀର ଓ ଦେବଗଡ଼ ଆଦି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେହିଭଳି କେନ୍ଦୁଝର, ମୟୂରଭଞ୍ଜ, ନବରଙ୍ଗପୁର, କଳାହାଣ୍ଡି, ସୋନପୁର, ବୌଦ୍ଧ, ଅନୁଗୁଳ, କଟକ, ଢେଙ୍କାନାଳ, ଯାଜପୁର, ଭଦ୍ରକ ଓ ବାଲେଶ୍ବର ଆଦି ଜିଲ୍ଲାରେ ମଧ୍ୟ ପ୍ରବଳ ବର୍ଷା ହେବ।

Leave A Reply

Your email address will not be published.

one + fifteen =