୨୫ ରୁ ୨୮ ଛେଚିବ

0

ଭୁବନେଶ୍ୱର : ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି । ମିଆଁମାର ଉପକୂଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଶୁକ୍ରବାର ଲଘୁଚାପରେ ପରିଣତ ହୋଇଛି । ଏହି ଲଘୁଚାପ କ୍ଷେତ୍ରଟି ଏବେ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ରହିଛି ଓ ଉତ୍ତର-ପଶ୍ଚିମ ଦିଗରେ ଗତି କରୁଛି । ଏହାର ପ୍ରଭାବରେ ଆସନ୍ତା ୨୫ରୁ ୨୮ ସେପ୍ଟେମ୍ବର ପର୍ଯ୍ୟନ୍ତ ଓଡ଼ିଶା, ପଶ୍ଚିମବଙ୍ଗ, ଉତ୍ତର-ଆନ୍ଧ୍ରପ୍ରଦେଶ, ତେଲେଙ୍ଗାନାରେ ମଧ୍ୟମରୁ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି । ପରବର୍ତ୍ତୀ ୫ ଦିନରେ ପଶ୍ଚିମ ମଧ୍ୟପ୍ରଦେଶ, ଗୁଜୁରାଟ, କୋଙ୍କଣ, ଗୋଆ ଆଦିରେ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ବିଭାଗ କହିଛି । ଅନ୍ୟପକ୍ଷରେ ଘରୋଇ ପାଣିପାଗ ସଂସ୍ଥା ସ୍କାଏମେଟ ବି ଲଘୁଚାପ ସୃଷ୍ଟି ହେବା ନେଇ ସ୍ପଷ୍ଟ କରିଛି । ଏହି ଲଘୁଚାପ ପ୍ରଭାବରେ ଓଡ଼ିଶାରେ ମୌସୁମୀ ସକ୍ରିୟ ରହିବା ସମ୍ଭାବନା ରହିଛି ।

ଏନେଇ ପାଣିପାଗ ବିଭାଗ କହିଛି, ଶୁକ୍ରବାର ବିଶେଷ ବର୍ଷା ହେବନି । କାଁ ଭାଁ ବର୍ଷା ହେବ । ୨୫ରୁ ବର୍ଷା ବଢ଼ିବ । ଉପକୂଳ ଓଡ଼ିଶା ଓ ଦକ୍ଷିଣ ଆଭ୍ୟନ୍ତରୀଣରେ ମୁଖ୍ୟତଃ ବର୍ଷା ହେବ । ଯାଜପୁର, କେନ୍ଦ୍ରାପଡ଼ା, କଟକ, ବାଲେଶ୍ୱର, ଭଦ୍ରକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, କୋରାପୁଟ, ମାଲକାନଗିରି ଓ ରାୟଗଡ଼ାରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ । ୨୬ରେ ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ହେବ । ପୁରୀ, ଗଞ୍ଜାମ, ଗଜପତି, ମାଲକାନଗିରି, କୋରାପୁଟରେ ପ୍ରବଳରୁ ପ୍ରବଳତର ବର୍ଷା ଆଶଙ୍କା ଥିବାବେଳେ ଭଦ୍ରକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଖୋର୍ଦ୍ଧା, ନୟାଗଡ଼, ରାୟଗଡ଼ା, କନ୍ଧମାଳ, କଟକ, ନବରଙ୍ଗପୁରରେ ପ୍ରବଳ ବର୍ଷା ହୋଇପାରେ । ୨୭ରେ ଦକ୍ଷିଣ ଓଡ଼ିଶାରେ ଅଧିକ ବର୍ଷା ହେବ । କେକେତ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ଅଛି । ସମୁଦ୍ର ଅଶାନ୍ତ ରହିବା ଆଶଙ୍କା ଥିବାରୁ ସମୁଦ୍ର ଭିତରକୁ ଯିବା ପାଇଁ ବାରଣ କରାଯାଇଛି ।

Leave A Reply

Your email address will not be published.

16 + 7 =