ଡାକ୍ତରଖାନାରେ ଭର୍ତ୍ତି ହେଲେ କେନ୍ଦ୍ର ଜଳଶକ୍ତି ମନ୍ତ୍ରୀ ଗଜେନ୍ଦ୍ର ସିଂ ଶେଖାୱତ୍

0

ଦେଶରେ କରୋନା ରୋଗୀଙ୍କ ସଂଖ୍ୟା ୨୮ ଲକ୍ଷ ଅତିକ୍ରମ କରିଛି। ଅନେକ ଜଣାଶୁଣା ବ୍ୟକ୍ତି  ମଧ୍ୟ ଏହି ଭୂତାଣୁ କବଳରେ ଆସି ସାରିଛନ୍ତି | ପୂର୍ବରୁ ମୋଦୀ ସରକାରଙ୍କ ୫ଜଣ କେନ୍ଦ୍ରମନ୍ତ୍ରୀ କରୋନା ଆକ୍ରାନ୍ତ ହୋଇଥିବା ବେଳେ ଏବେ ଆଉ ଜଣେ କେନ୍ଦ୍ର ମନ୍ତ୍ରୀଙ୍କ ସ୍ୱାବ ନମୁନା ରିପୋର୍ଟ ପଜିଟିଭ ହୋଇଛି। କେନ୍ଦ୍ର ଜଳଶକ୍ତି ମନ୍ତ୍ରୀ ଗଜେନ୍ଦ୍ର ସିଂ ଶେଖାୱତ୍ କରୋନା ଆକ୍ରାନ୍ତ ହୋଇ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି । ତାଙ୍କ ପୂର୍ବରୁ ଗୃହମନ୍ତ୍ରୀ ଅମିତ ଶାହା ଏବଂ  କେନ୍ଦ୍ର ପେଟ୍ରୋଲିୟମ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ କରୋନା ସଂକ୍ରମିତ ହୋଇଥିଲେ।

ଗଜେନ୍ଦ୍ର ସିଂ ଶେଖାୱତ୍ ଟୁଇଟ କରି କରୋନା ସଂକ୍ରମିତ ହୋଇଥିବା ନେଇ ସୂଚନା ଦେଇଛନ୍ତି | ସେ କହିଛନ୍ତି, ‘ଅସୁସ୍ଥତାର କିଛି ଲକ୍ଷଣ ଦେଖି ମୁଁ ମୋର ସ୍ୱାବ ନମୁନା ପରୀକ୍ଷା କରାଇଥିଲି ଏବଂ ଏବେ ମୋର ରିପୋର୍ଟ ପଜିଟିଭ ଆସିଛି। ଡାକ୍ତରଙ୍କ ପରାମର୍ଶରେ ମୋତେ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ମୁଁ ଅନୁରୋଧ କରୁଛି ଯେଉଁମାନେ ଅତୀତରେ ମୋ ସହିତ ଯୋଗାଯୋଗ କରିଛନ୍ତି, ସେମାନେ ନିଜକୁ ଆଇସୋଲେଟ କରନ୍ତୁ ଏବଂ ନିଜର କରୋନା ପରୀକ୍ଷା ଶେଷ କରନ୍ତୁ | ସମସ୍ତେ ସୁସ୍ଥ ରୁହନ୍ତୁ ଏବଂ ନିଜର ଯତ୍ନ ନିଅନ୍ତୁ | ଗଜେନ୍ଦ୍ର ସିଂ ଶେଖାୱତ୍ ପୂର୍ବରୁ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା, କେନ୍ଦ୍ର ପେଟ୍ରୋଲିୟମ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, କେନ୍ଦ୍ର ଆୟୁଷ ମନ୍ତ୍ରୀ ଶ୍ରୀପଦ ନାୟକ, କେନ୍ଦ୍ର ମନ୍ତ୍ରୀ ଅର୍ଜୁନ ରାମ ମେଘୱାଲ କରୋନା ଆକ୍ରାନ୍ତ ହୋଇଥିଲେ | ଏହା ବ୍ୟତୀତ ସ୍ୱାସ୍ଥ୍ୟ ମନ୍ତ୍ରାଳୟର ଯୁଗ୍ମ ସଚିବ ଲବ ଅଗ୍ରୱାଲ ମଧ୍ୟ କରୋନା ଦ୍ୱାରା ଆକ୍ରାନ୍ତ ହୋଇଥିଲେ।

Leave A Reply

Your email address will not be published.