ଓଡିଶାରେ ଜୁନିଅର ବିଶ୍ୱକପ୍ ହକି

0

ଭୁବନେଶ୍ୱର: ଓଡିଶାରେ ହେବ ଜୁନିଅର ବିଶ୍ୱକପ୍ ହକି ଟୁର୍ଣ୍ଣାମେଣ୍ଟ । ଆୟୋଜନ ନେଇ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ନଭେମ୍ବର ୨୪ରୁ ଡିସେମ୍ବର ୫ ପର୍ଯ୍ୟନ୍ତ ହେବ ଜୁନିଅର ବିଶ୍ୱକପ୍ । ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମରେ ହେବ ଜୁନିଅର ବିଶ୍ୱକପ ହକି । ଜୁନିଅର ବିଶ୍ୱକପ୍ ଲୋଗୋ ଓ ଟ୍ରଫି ଉନ୍ମୋଚନ କରିଛନ୍ତି ମୁଖ୍ୟମନ୍ତ୍ରୀ ।

ପୂର୍ବରୁ ୨୦୧୬ ମସିହାରେ ଜୁନିଅର ହକି ବିଶ୍ବକପ୍‌ ଆୟୋଜନ କରିଥିଲା ଲକ୍ଷ୍ନୌ । ଚଳିତ ବର୍ଷ ଗୌହାଟୀରେ ଏହା ଅନୁଷ୍ଠିତ ହେବାର ଥିଲା । ତେବେ ଏଥର ବିଶ୍ବକପ୍‌ ଆୟୋଜନ ପାଇଁ ରେସ୍‌ରେ ଆଗରେ ଓଡ଼ିଶା ଓ ଗୈାହାଟୀ ରହିଥିବା ବେଳେ  । ଶେଷରେ ଓଡ଼ିଶାରେ ହିଁ ଜୁନିୟର ହକି ବିଶ୍ୱକପ ଐୟୋଜନ ହେବା ନେଇ FIH ଅଧ୍ୟକ୍ଷ ମଧ୍ୟ ଘୋଷଣା କରିଛନ୍ତି  ।

ନଭେମ୍ବର 24ରୁ ଡିସେମ୍ବର ୫ ପର୍ଯ୍ୟନ୍ତ କଳିଙ୍ଗ ଷ୍ଟାଡିୟମରେ ହେବ ଦ୍ଵାଦଶତମ ଜୁନିୟର ପୁରୁଷ ବିଶ୍ଵକପ ହକି ମ୍ୟାଚ୍ । କାର୍ଯ୍ୟକ୍ରମରେ FIH ସଭାପତି ନରିନ୍ଦର ବାତ୍ରା, କ୍ରୀଡା ମନ୍ତ୍ରୀ ତୁଷାରକାନ୍ତି ବେହେରା, କ୍ରୀଡ଼ା ନିର୍ଦ୍ଦେଶକ ଆର ଭିନିଲ କ୍ରିଷ୍ଣା ଓ ୫ଟି ସଚିବ ଭି. କେ ପାଣ୍ଡିଆନ ଉପସ୍ଥିତ ଥିଲେ ।  ପୂର୍ବରୁ ଭୁବନେଶ୍ବରରେ ୨୦୧୮ ପୁରୁଷ ହକି ବିଶ୍ଵକପ ସଫଳତାର ସହ ଆୟୋଜିତ ହୋଇଥିଲା । ସେହିପରି ୨୦୨୩ ପୁରୁଷ ହକି ବିଶ୍ଵକପ ଭୁବନେଶ୍ୱର ଓ ରାଉରକେଲାରେ ଅନୁଷ୍ଠିତ ହେବ ।

Leave A Reply

Your email address will not be published.

8 + 14 =