କେନ୍ଦ୍ରାପଡା ବ୍ଲକ ଅଧ୍ୟକ୍ଷ ଅନାମ ବନ୍ଧୁ ଧଳଙ୍କର ଗତକାଲି ବିଳମ୍ବିତ ରାତିରେ ହୃଦଘାତରେ ପରଲୋକ ହୋଇଛି। କେନ୍ଦ୍ରାପଡା ସରକାରୀ ବାସଭାବନରେ ଥିବା ବେଳେ ସେ ଛାତିରେ ଯନ୍ତ୍ରଣା ଅନୁଭବ କରିଥିଲେ। ପରିବାର ଲୋକ ତାଙ୍କୁ ତୁରନ୍ତ କେନ୍ଦ୍ରାପଡା ମୁଖ୍ୟ ଚିକିତ୍ସାଳୟକୁ ନେଇଥିଲେ। ତେବେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।
୨୦୧୭ ମସିହାରେ ଗାଙ୍ଗପଡା ପଞ୍ଚାୟତର ସମିତି ସଭ୍ୟ ଭାବେ ନିର୍ବାଚିତ ହୋଇ ବ୍ଲକ ଅଧକ୍ଷ ଭାବେ କାର୍ଯ୍ୟରତ ଥିଲେ ଅନାମ। ସେ ଜଣେ ମେଳାପୀ ,ମିଷ୍ଟଭାଷୀ, ପରୋପକାରୀ ବ୍ୟକ୍ତି ଥିଲେ। ତାଙ୍କର ବିୟୋଗରେ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି ।