ଇସ୍ପାତ ପ୍ରକଳ୍ପ ପରେ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ୍

0

ଭୁବନେଶ୍ୱର: କେନ୍ଦୁଝରରେ ୭୯୨୦ କୋଟି ଟଙ୍କା ବ୍ୟୟରେ ରୁଙ୍ଗଟା ମାଇନ୍ସ ଲିମିଟେଡ ପକ୍ଷରୁ ୩ ମିଲିୟନ ଟନ ଉତ୍ପାଦନ କ୍ଷମତା ବିଶିଷ୍ଟ ସମନ୍ବିତ ଇସ୍ପାତ ପ୍ରକଳ୍ପକୁ ଉଚ୍ଚସ୍ତରୀୟ ପ୍ରକଳ୍ପ ଅନୁମୋଦନ କମିଟିର ସ୍ବୀକୃତି ପରେ ସାରା ଜିଲ୍ଲାରେ ଖୁସିର ଲହରୀ ଖେଳି ଯାଇଛି । ଚମ୍ପୁଆର କରା ଖେନ୍ଦ୍ରା ଠାରେ ଏହି ପ୍ରକଳ୍ପ ସ୍ଥାପନ କରାଯିବ । ମୁଖ୍ୟମନ୍ତ୍ରୀଙ୍କ ଏହି ଐତିହାସିକ ନିଷ୍ପତ୍ତିକୁ ଜିଲ୍ଲାବାସୀ ସ୍ବାଗତ କରିବା ସହ ଧନ୍ୟବାଦ ଜଣାଇଛନ୍ତି ।

ଧନ୍ୟବାଦର ଉତ୍ତର ଦେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଥିଲେ ଯେ, କେନ୍ଦୁଝରରେ ଖଣି ସମୃଦ୍ଧ ଏକ ଇସ୍ପାତ କାରଖାନା ପାଇଁ ତାଙ୍କର ବହୁ ଦିନର ଇଚ୍ଛା ଥିଲା । ଜିଲ୍ଲାରେ ଇସ୍ପାତ ପ୍ରକଳ୍ପ ପାଇଁ ବିଧାୟକ ମାନଙ୍କ ଠାରୁ ଆରମ୍ଭ କରି ବୁଦ୍ଧିଜୀବୀ ଓ ସବୁ ବର୍ଗର ଲୋକମାନେ ତାଙ୍କୁ ଅନୁରୋଧ କରିଥିଲେ । ଜିଲ୍ଲାରେ ଇସ୍ପାତ ପ୍ରକଳ୍ପ ସାକାର ରୂପ ନେଇଥବାରୁ ମୁଖ୍ୟମନ୍ତ୍ରୀ ଖୁସି ପ୍ରକାଶ କରିବା ସହିତ ପ୍ରକଳ୍ପ ଯେପରି ଶୀଘ୍ର କାର୍ଯ୍ୟକ୍ଷମ ହୋଇପାରିବ ସେଥିପାଇଁ ସହଯୋଗ କାମନା କରିଥିଲେ ।

Leave A Reply

Your email address will not be published.

one × 1 =