ରାଜ୍ୟରେ ଆଜି ୧୯୧୭ ପଜେଟିଭ ଚିହ୍ନଟ

0

ଭୁବନେଶ୍ୱର: ରାଜ୍ୟରେ କ୍ରମଶଃ କରୋନାର ସ୍ଥିତି ସ୍ୱାଭାବିକ ହେବାରେ ଲାଗିଥିଲେ ହେଁ ଆଶଙ୍କା ହଟିନାହିଁ । ଗତ ପାଞ୍ଚଦିନ ଧରି ରାଜ୍ୟରେ ସଂକ୍ରମଣ ୨ ହଜାର ଉପରକୁ ଉଠିବା ପରେ ତଳକୁ ଖସିଥିଲା । ଗତ ଦୁଇଦିନ ହେଲା ସଂକ୍ରମଣ ୨ ହଜାର ତଳେ ରହୁଥିବା ଦେଖାଯାଉଛି । ପଶ୍ଚିମ ଓଡ଼ିଶା ତୁଳନାରେ ଉପକୂଳ ଅଞ୍ଚଳରେ ସଂକ୍ରମଣ ହ୍ରାସ ପାଇଁ ଅଧିକ ସମୟ ଲାଗୁଥିବା ଦେଖାଯାଉଛି । ଏହା ମଧ୍ୟରେ ଆଜି ୧୯୧୭ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୧୧୦୯ ଓ ସ୍ଥାନୀୟ ଅଞ୍ଚଳରୁ ୮୦୮ ଜଣ ଚିହ୍ନଟ ହୋଇଛନ୍ତି ।

ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୬୩ ହଜାର ୮୫୧ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୯ ଲକ୍ଷ ୩୯ ହଜାର ୧୬୦ ରହିଥିବା ବେଳେ ୧୯ ହଜାର ୨୬୧ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୫୧୮ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Leave A Reply

Your email address will not be published.

3 × two =