ଆଜି ରାଜ୍ୟରେ ୨୨୧୫ ଆକ୍ରାନ୍ତ ଚିହ୍ନଟ

0

ରାଜ୍ୟରେ କରୋନା ସ୍ଥିତି ସ୍ୱାଭାବିକ ହେବାରେ ଲାଗିଛି । ଏହା ମଧ୍ୟରେ ଗତ ୨୪ ଘଣ୍ଟାରେ ପୁଣି ୨୨୧୫ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୧୨୭୨ ଓ ସ୍ଥାନୀୟ ଅଞ୍ଚଳରୁ ୯୪୩ ଜଣ ଚିହ୍ନଟ ହୋଇଛନ୍ତି ।

ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୫୪ ହଜାର ୩୨୬ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୯ ଲକ୍ଷ ୨୭ ହଜାର ୯୨୬ ରହିଥିବା ବେଳେ ୨୧ ହଜାର ୨୮୯ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୪୮୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Leave A Reply

Your email address will not be published.

11 + fourteen =