ରାଜ୍ୟରେ ଆଜି ୧୮୩୩ ଆକ୍ରାନ୍ତ ଚିହ୍ନଟ

0

ଭୁବନେଶ୍ୱର: ରାଜ୍ୟରେ ଏବେ କରୋନା ସଂକ୍ରମଣ ଧିରେ ଧିରେ ହ୍ରାସ ପାଇବାରେ ଲାଗିଛି । ଦେଖିବାକୁ ଗଲେ ଗତ ଚାରିଦିନ ହେଲା ସଂକ୍ରମଣ ୨ ହଜାର ତଳେ ରହୁଥିବା ଦେଖାଯାଉଛି । ପଶ୍ଚିମ ଓଡ଼ିଶା ତୁଳନାରେ ଉପକୂଳ ଅଞ୍ଚଳରେ ସଂକ୍ରମଣ ହ୍ରାସ ପାଇଁ ଅଧିକ ସମୟ ଲାଗୁଥିବା ଦେଖାଯାଉଛି । ଏହା ମଧ୍ୟରେ ଆଜି ୧୮୩୩ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୧୦୬୨ ଓ ସ୍ଥାନୀୟ ଅଞ୍ଚଳରୁ ୭୭୧ ଜଣ ଚିହ୍ନଟ ହୋଇଛନ୍ତି ।

ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୬୭ ହଜାର ୫୪୮ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୯ ଲକ୍ଷ ୪୩ ହଜାର ୬୯ ରହିଥିବା ବେଳେ ୧୮ ହଜାର ୯୧୪ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୪୯୦ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Leave A Reply

Your email address will not be published.

8 + 5 =