ରାଜ୍ୟରେ ଆଜି ୨୯୧୭ ପଜିଟିଭ ଚିହ୍ନଟ

0

ଭୁବନେଶ୍ୱର: ରାଜ୍ୟ ପାଇଁ ଆଶ୍ୱସ୍ତିକର ଖବର । କାରଣ ଆଜି ରାଜ୍ୟରେ ଦୈନିକ ସଂକ୍ରମଣ ତିନି ହଜାର ତଳକୁ ରହିଛି । ତେବେ
ରାଜ୍ୟରେ କରୋନା କଟକଣା ଲାଗୁ ପରେ ମଧ୍ୟ ୧୫ ଦିନ ଧରି ୩ ହଜାର ପଜିଟିଭ୍ ଚିହ୍ନଟ ହେଉଛନ୍ତି । ଏହା ମଧ୍ୟରେ ଆଜି ପୁଣି ୨୯୧୭ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୧୬୭୭ ଓ ସ୍ଥାନୀୟ ଅଞ୍ଚଳରୁ ୧୨୪୦ ଜଣ ଚିହ୍ନଟ ହୋଇଛନ୍ତି ।

ଯାହା ଫଳରେ, ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୧୯ ହଜାର ୨୬ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୮ ଲକ୍ଷ ୮୪ ହଜାର ୨୬୨ ରହିଥିବା ବେଳେ ୩୦ ହଜାର ୫୫୭ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୫୪୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Leave A Reply

Your email address will not be published.

14 + one =