ଆଜି ମୋଦିଙ୍କୁ ସାକ୍ଷାତ କରିବେ ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ

0

ନୂଆଦିଲ୍ଲୀ: ଆଜି ଦିଲ୍ଲୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିବେ ଉତ୍ତରାଖଣ୍ଡର ନବନିର୍ବାଚିତ ମୁଖ୍ୟମନ୍ତ୍ରୀ ପୁଷ୍କର ସିଂ ଧାମୀ । ଏଥି ସହ ଗୃହମନ୍ତ୍ରୀ ଅମିତ ଶାହ, ଜେପି ନଡ୍ଡା ଏବଂ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂଙ୍କୁ ଭେଟିବାର କାର୍ଯ୍ୟକ୍ରମ ମଧ୍ୟ ରହିଛି । ତେବେ 2022 ବିଧାନସଭା ନିର୍ବାଚନ ପାଇଁ ଆଲୋଚନା ହୋଇପାରେ ବୋଲି ସିଏମଓ ତରଫରୁ ପ୍ରକାଶିତ ଏକ ବିବୃତ୍ତିରୁ ଜଣାପଡିଛି ।

ଜୁଲାଇ 4ରେ ବିଜେପି ବିଧାୟକ ପୁଷ୍କର ସିଂ ଧାମି ଉତ୍ତରାଖଣ୍ଡର ଏକାଦଶ ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଥିଲେ । ଖତିମା ନିର୍ବାଚନମଣ୍ଡଳୀରୁ ଦୁଇଥର ବିଧାୟକ ହୋଇଥିବା ଧାମୀ ଉତ୍ତରାଖଣ୍ଡର ସର୍ବକନିଷ୍ଠ ମୁଖ୍ୟମନ୍ତ୍ରୀ । ଚାରି ମାସ ମଧ୍ୟରେ ରାଜ୍ୟର ତୃତୀୟ ମୁଖ୍ୟମନ୍ତ୍ରୀ ହେଉଛନ୍ତି ଧାମି ।

Leave A Reply

Your email address will not be published.

three × five =