ବିନା ଭକ୍ତରେ ହେବ ସ୍ନାନ ଯାତ୍ରା

0

ଚଳିତମାସ ୨୪ ତାରିଖରେ ଶ୍ରୀଜିଉଙ୍କ ସ୍ନାନଯାତ୍ରା ଅନୁଷ୍ଠିତ ହେବ । ତେବେ କରୋନା କଟକଣା ଭିତରେ ଗତବର୍ଷ ଭଳି ଚଳିତ ବର୍ଷ ମଧ୍ୟ ବିନା ଭକ୍ତରେ ମହାପ୍ରଭୁ ସ୍ନାନ କରିବେ । ପୁରୀ ଜିଲାପାଳ ତଥା ଶ୍ରୀମନ୍ଦିର ଉପମୁଖ୍ୟ ପ୍ରଶାସକ ସମର୍ଥ ବର୍ମାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏକ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି । ଏହି ସ୍ନାନଯାତ୍ରାରେ କରୋନା ସଂକ୍ରମିତ ହୋଇ ନ ଥିବା ପାଳିଆ ସେବକମାନେ ସାମିଲ ହେବେ । ସ୍ନାନଯାତ୍ରାର ନୀତିକାନ୍ତି ରାତି ୧ଟାରୁ ଶ୍ରୀଜିଉଙ୍କ ପହଣ୍ଡି ଆରମ୍ଭ ହୋଇ ଭୋର୍‌ ୪ ଟାରେ ଶେଷ ହେବ । ସକାଳସୁଦ୍ଧା ବଳଭଦ୍ର, ଜଗନ୍ନାଥ, ଦେବୀ ସୁଭଦ୍ରା ଓ ସୁଦର୍ଶନ ସ୍ନାନମଣ୍ଡପକୁ ବିଜେ କରିବେ । ସକାଳ ୯ ଟାରୁ ୧୦ଟା ମଧ୍ୟରେ ଶୀଜିଉଙ୍କ ସ୍ନାନନୀତି ଅନୁଷ୍ଠିତ ହେବ । ସେଠାରେ ୧୦୮ ଗଡୁ ସୁବାସିତ ଜଳରେ ମହାପ୍ରଭୁଙ୍କ ସ୍ନାନ କରାଯିବ । ପରେ ସ୍ନାନବେଦୀ ଉପରକୁ ଯାଇ ଗଜପତି ମହାରାଜ ଶ୍ରୀଦିବ୍ୟସିଂହ ଦେବ ଛେରାପହଁରା କରିବେ । ପୂର୍ବାହ୍ନ ୧୧ଟାରୁ ୧୨ଟା ମଧ୍ୟରେ ଶ୍ରୀଜିଉଙ୍କ ହାତୀବେଶ କରାଯିବାକୁ ସ୍ଥିର ହୋଇଛି । ଅପରାହ୍ନ ୫ଟାରେ ମହାପ୍ରଭୁ ବାହୁଡା ପହଣ୍ଡି କରିବେ । ରାତି ୭ଟା ସୁଦ୍ଧା ପହଣ୍ଡି ଶେଷ ହୋଇ ଅଣସର ପିଣ୍ଡିରେ ଅଣସର ବିଧି ଆରମ୍ଭ ହେବ । କରୋନା କଟକଣା କଡାକଡି ପାଳନ କରିବାକୁ ସେବାୟତଙ୍କୁ ପରାମର୍ଶ ଦିଆଯାଇଛି ।

Leave A Reply

Your email address will not be published.

sixteen + nineteen =