ଆଜିଠୁ ପ୍ରବଳ ବର୍ଷିବ

0

ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ଓଡ଼ିଶା ଏବଂ ପଶ୍ଚିମବଙ୍ଗ ଉପକୂଳରେ ସୃଷ୍ଟି ହୋଇଛି ଲଘୁଚାପ । ଏହାର ପ୍ରଭାବରେ ଆଜିଠୁ ଓଡ଼ିଶାରେ ବର୍ଷାର ପରିମାଣ ବଢ଼ିବ । ଏନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଲଘୁଚାପ କ୍ଷେତ୍ର ସକ୍ରିୟ ରହିଛି । ଫଳରେ ଆସନ୍ତା ୧୪ ତାରିଖ ଯାଏ ଓଡ଼ିଶାର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହାସହ କନ୍ଧମାଳ, ବୌଦ୍ଧ, କଳାହାଣ୍ଡି, ବଲାଙ୍ଗିର, ନୟାଗଡ଼, ସୋନପୁର, ଖୋର୍ଦ୍ଧା, ପୁରୀ ଓ ଜଗତସିଂହପୁରକୁ ରେଡ୍‌ ୱାର୍ଣ୍ଣିଂ ଦିଆଯାଇଛି । ଏସବୁ ଜିଲ୍ଲାର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ । ସେହିପରି ୧୦ ଜିଲ୍ଲାକୁ ଅରେଞ୍ଜ ଓ ୧୧ ଜିଲ୍ଲାରୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି ।

Leave A Reply

Your email address will not be published.

1 + sixteen =