୨୭ ଯାଏଁ ଜାରି ରହିବ ବର୍ଷା

0

ଆସନ୍ତା ୨୭ ତାରିଖ ଯାଏଁ ଜାରି ରହିବ ବର୍ଷା । କେତେକ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏଥିପାଇଁ ଆଞ୍ଚଳିକ ପାଣିପାଗ କେନ୍ଦ୍ର ୭ ଜିଲ୍ଲାକୁ ସତର୍କ କରିଛି । କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ଢେଙ୍କାନାଳ, କେନ୍ଦୁଝର ଏବଂ ମୟୁରଭଞ୍ଜରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ୨୪ ଘଣ୍ଟା ମଧ୍ୟରେ ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼,ସୁନ୍ଦରଗଡ଼, ଦେବଗଡ଼ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ସେହିପରି କଟକ, ଜଗତସିଂହପୁର, କେନ୍ଦ୍ରାପଡା, ଯାଜପୁର, ଢେଙ୍କାନାଳ, କେନ୍ଦୁଝର ଏବଂ ମୟୁରଭଞ୍ଜ ଜିଲ୍ଲାରେ ମଧ୍ୟ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଗତକାଲି ସୁଦ୍ଧା ସ୍ୱାଭାବିକ ବର୍ଷା ହୋଇଥିବା ତଥ୍ୟ ପ୍ରକାଶ କରିଛି ପାଣିପାଗ ବିଭାଗ । ଗତକାଲି ସୁଦ୍ଧା ରାଜ୍ୟରେ ୧୩୯ ଦଶମିକ ୫ ମିଲିମିଟର ବର୍ଷା ରେକର୍ଡ ହୋଇଛି । ରାୟଗଡା, ଗଂଜାମ, ଗଜପତି, ନୟାଗଡ, ଯାଜପୁର, ଭଦ୍ରକ, କନ୍ଧମାଳ ଏବଂ କେନ୍ଦୁଝର ଜିଲ୍ଲାରେ ସ୍ୱାଭାବିକ ଠାରୁ କମ ବର୍ଷା ରେକର୍ଡ ହୋଇଛି ।୨ ଜିଲ୍ଲା ସୁନ୍ଦରଗଡ଼ ଏବଂ କୋରାପୁଟରେ ସ୍ୱାଭାବିକ ଠାରୁ ଅଧିକ ବର୍ଷା ରେକର୍ଡ ହୋଇଛି । ସୁନ୍ଦରଗଡ ଜିଲ୍ଲାରେ ସର୍ବାଧିକ ୨୪୧ ଦଶମିକ ୫ ମିଲିମିଟର ବର୍ଷା ରେକର୍ଡ ହୋଇଥିବା ବେଳେ ଗଂଜାମ ଜିଲ୍ଲାରେ ସବୁଠାରୁ କମ ୬୫ ଦଶମିକ ୭ ମିଲିମିଟର ବର୍ଷା ରେକର୍ଡ ହୋଇଛି ।

Leave A Reply

Your email address will not be published.