୮ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା

0

ଭୁବନେଶ୍ୱର: ଆଜି ସାରା ଓଡ଼ିଶାକୁ ଛୁଇଁଛି ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ । ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏହା ସ୍ପଷ୍ଟ କରାଯାଇଥିବା ବେଳେ ୨୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ଜିଲ୍ଲା ଗୁଡିକ ମଧ୍ୟରୁ ୮ଟିରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାକୁ ଥିବା ବେଳେ ଅନ୍ୟ ୧୩ଟି ପ୍ରବଳ ବର୍ଷା ହେବାର ସମ୍ଭାବନା ଅଛି । ଏଣୁ ଆସନ୍ତାକାଲି ସକାଳ ସାଢେ଼ ୮ଟା ପର୍ଯ୍ୟନ୍ତ ଏହି ସବୁ ଜିଲ୍ଲାର ଲୋକଙ୍କୁ ସତର୍କ ରହିବାକୁ ପରାମର୍ଶ ଦେଇଛି ପାଣିପାଗ ବିଭାଗ । ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିବାରୁ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି । ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ସେହିପରି ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ଢେଙ୍କାନାଳ, ଯାଜପୁର, କଟକ, ଭଦ୍ରକ, ବାଲେଶ୍ୱର, କେନ୍ଦ୍ରାପଡ଼ା, ଜଗତସିଂହପୁର, ଖୋର୍ଦ୍ଧା ଓ ପୁରୀ ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ ସତର୍କ ସୂଚନା ଜାରି କରାଯାଇଛି ।

Leave A Reply

Your email address will not be published.