ଆହୁରି ପଢନ୍ତୁ
ସୂଚନା ମୁତାବକ, ଶହଶହ ବର୍ଷର ପ୍ରଚଳିତ ପରମ୍ପରାକୁ ଦୃଷ୍ଟିରେ ରଖି ଚଳିତ ବର୍ଷ କେବଳ ଜଗନ୍ନାଥ ଧାମ ପୁରୀରେ କଡ଼ା କଟକଣା ଭିତରେ ଭକ୍ତଶୂନ୍ୟ ରଥଯାତ୍ରାର ଆୟୋଜନ କରିବାକୁ ଦେଶର ଶୀର୍ଷ ଅଦାଲତ ସୁପ୍ରିମ୍ କୋର୍ଟ ଓଡ଼ିଶା ରାଜ୍ୟ ସରକାରଙ୍କୁ ଅନୁମତି ଦେଇଛନ୍ତି। ଫଳରେ ଚଳିତ ବର୍ଷ କୋଭିଡ୍-୧୯ ମହାମାରୀ ପରିପ୍ରେକ୍ଷୀରେ ପୁରୀରେ ରଥଯାତ୍ରାର ଆୟୋଜନ ହେବ ନାହିଁ ବୋଲି ଯେଉଁ ଆଶଙ୍କା ପ୍ରକାଶ ପାଇଥିଲା, ତାହାର ଅବସାନ ଘଟିଛି। ମମଲାର ଚୂଡ଼ାନ୍ତ ରାୟ ଶୁଣାଇ ମୁଖ୍ୟବିଚାରପତି ଜଷ୍ଟିସ୍ ଏସ୍.ଏ. ବୋବଡେ କହିଛନ୍ତି ଯେ ଆମେ କେବଳ ପୁରୀ ପାଇଁ କଡ଼ା କଟକଣା ଭିତରେ ରଥଯାତ୍ରା ଲାଗି ଅନୁମତି ଦେଉଛୁ। ରାଜ୍ୟର ଅନ୍ୟ କୌଣସି ସ୍ଥାନରେ ରଥଯାତ୍ରା ହୋଇପାରିବ ନାହିଁ।
Next Post