ଆଜି ଏହି ସ୍ଥାନରେ ହାଲକା ବର୍ଷା

0

ଭୁବନେଶ୍ୱର: ଗତ ୨୪ ଘଣ୍ଟା ହେଲା ରାଜ୍ୟରେ ବର୍ଷାର ପରିମାଣ ବୃଦ୍ଧି ପାଇବା ସହ ମୌସୁମୀ ସ୍ବା‌ଭାବିକ ସ୍ଥିତିକୁ ଫେରିଆସିଛି । ଫଳରେ ଆସନ୍ତା ୨ରୁ ୩ଦିନ ଧରି ରାଜ୍ୟରେ ବର୍ଷାର ପରିମାଣ ବଢ଼ିବ । ତେବେ ଗତକାଲି ଅପରାହ୍ନରୁ ଉତ୍ତର ଓ ଦକ୍ଷିଣ ଓଡ଼ିଶାର ଅଧିକାଂଶ ସ୍ଥାନରେ ହାଲ୍‌କାରୁ ମଧ୍ୟମ ଧରଣର ବର୍ଷା ହୋଇଥିବା ବେଳେ କିଛି କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇଯାଇଛି । ଆଜି ରାଜ୍ୟର ପ୍ରାୟ ସ୍ଥାନରେ ହାଲ୍‌କାରୁ ମଧ୍ୟମଧରଣର ବର୍ଷା ହେବ। କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, କଟକ, ଖୋର୍ଦ୍ଧା, ସମ୍ବଲପୁର ଓ ଦେବଗଡ଼ ଆଦି ଜିଲ୍ଲାର ଅଧିକାଂଶ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି।

Leave A Reply

Your email address will not be published.

two × two =