ଆସନ୍ତା ୨୩ରେ ବଙ୍ଗୋପସାଗରରେ ଲଘୁଚାପ

0

ଭୁବନେଶ୍ୱର : ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଆସନ୍ତା ୨୩ ତାରିଖ ବେଳକୁ ଏକ ଲଘୁଚାପ ସୃଷ୍ଟି ହେବ ବୋଲି ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) କହିଛି । ଏହାର ପ୍ରଭାବରେ ପଶ୍ଚିମବଙ୍ଗ, ଓଡ଼ିଶା ଓ ଝାଡଖଣ୍ଡରେ ପ୍ରବଳ ବର୍ଷା ହେବ । ପରବର୍ତ୍ତୀ ଏହା ପଶ୍ଚିମ ଦିଗରେ ଗତି କରିବ ଓ ଛତିଶଗଡ, ମଧ୍ୟପ୍ରଦେଶ ଓ ମହାରାଷ୍ଟ୍ରରେ ପ୍ରବଳ ବର୍ଷା କରାଇବ । ଗୁରୁତ୍ୱପୂର୍ଣ୍ଣ କଥା ହେଉଛି ଏହି ଲଘୁଚାପ ସୃଷ୍ଟି ହେବା ପରେ ଦେଶରେ ଦୁର୍ବଳ ହୋଇଯାଇଥିବା ମୌସୁମୀ ପୁଣି ସକ୍ରିୟ ହୋଇଯିବ । ଏହାର ପ୍ରଭାବରେ ଦିଲ୍ଲୀ, ଉତ୍ତରପ୍ରଦେଶ, ହରିୟାଣା ଆଦି ରାଜ୍ୟରେ ବର୍ଷା ହେବ ବୋଲି ସ୍କାଏମେଟ୍‌ କହିଛି ।

Leave A Reply

Your email address will not be published.

6 − one =