କଣ୍ଠଶିଳ୍ପୀ ତପୁ ମିଶ୍ରଙ୍କ ଚିକିତ୍ସା ପାଇଁ ରାଜ୍ୟ ସଂସ୍କୃତି ବଭାଗ ପକ୍ଷରୁ ୧ ଲକ୍ଷ ସହାୟତା

0

ଲୋକପ୍ରିୟ କଣ୍ଠଶିଳ୍ପୀ ତପୁ ମିଶ୍ରଙ୍କ ଚିକିତ୍ସା ପାଇଁ ରାଜ୍ୟ ସଂସ୍କୃତି ବିଭାଗ ପକ୍ଷରୁ ୧ ଲକ୍ଷ ଟଙ୍କର ସହାୟତା ପ୍ରଦାନ କରାଯାଇଛି । ତପୁଙ୍କ ଚିକିତ୍ସା ନେଇ ରାଜ୍ୟ କଳାକାର ୱେଲଫେୟାର ଫଣ୍ଡ ପକ୍ଷରୁ ଏହି ସହାୟତା ଯୋଗାଇ ଦିଆଯାଇଛି । ସେ କରୋନାରୁ ସୁସ୍ଥ ପରେ ଏବେ ଫୁସଫୁସ ସଂକ୍ରମିତ ହୋଇ ଭୁବନେଶ୍ୱର ସମ୍‌ ହସ୍ପିଟାଲରେ ଚିକିତ୍ସାଧୀନ ଅଛନ୍ତି । ମାତ୍ର ତାଙ୍କ ସ୍ୱାସ୍ଥ୍ୟବସ୍ଥାରେ ସୁଧାର ଆସୁନି । ସେପଟେ ତପୁଙ୍କ ଚିକିତ୍ସା ପାଇଁ ଆର୍ଥିକ ସହାୟତା ଦେବାକୁ ପରିବାର ଲୋକ ଅନୁରୋଧ କରିଛନ୍ତି । ତପୁଙ୍କ ଅସୁସ୍ଥତା ଖବର ଶୁଣି ଶୁଭେଛୁମାନେ ତପୁ ମିଶ୍ରଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି ।

Leave A Reply

Your email address will not be published.

twelve + four =