ଷ୍ଟେସନରେ ଆତ୍ମା କରିବ ଟିକେଟ୍‌ ଚେକିଂ

0

ଭୁବନେଶ୍ୱର ରେଳ ଷ୍ଟେସନରେ ‘ଆତ୍ମା’ କରିବ ଟିକେଟ ଚେକିଂ । ଫଳରେ କରୋନାରୁ ସୁରକ୍ଷିତ ରହିବେ ଲୋକଙ୍କ ସଂସ୍ପର୍ଶରେ ଆସୁଥିବା ଟିଟିଇ । ଆତ୍ମା ହେଉଛି ଅଟୋମେଟିକ ଚେକିଂ ଆକସେସ । କରୋନା କଟକଣାକୁ ନଜରରେ ରଖି ଭୁବନେଶ୍ୱର ରେଳ ଷ୍ଟେସନ ପକ୍ଷରୁ ଏଭଳି ଏକ ବ୍ୟବସ୍ଥା କରାଯାଇଛି । କୋଭିଡ ସମୟରେ ସାମାଜିକ ଦୂରତା ରକ୍ଷା କରି, ବିନା ସ୍ପର୍ଶରେ କିପରି ଯାତ୍ରୀଙ୍କ ଟିକେଟ ଚେକିଂ ହୋଇପାରିବ, ତାହା ହିଁ ଏହି ମେସିନର ମୂଳ ଲକ୍ଷ୍ୟ । ବିଶେଷକରି ଟିକେଟର ବାରକୋଡକୁ ଏହି ମେସିନ କ୍ୟାମେରା ସ୍କାନ କରି ଟିକେଟ କନଫର୍ମ ହୋଇଛି କି ନାହିଁ ଏବଂ ଟିକେଟର ସମସ୍ତ ଡିଟେଲ ଜାଣିବ । ଉକ୍ତ ଯାତ୍ରୀଙ୍କ ଥର୍ମାଲ ସ୍କ୍ରିନିଂ କରିବ । ଯାତ୍ରୀ ଜଣଙ୍କ ମାସ୍କ ପିନ୍ଧିଛନ୍ତି କି ନାହିଁ ତାହା ମଧ୍ୟ ଏହି ମେସିନ ସ୍କାନ କରିବ । ଏହା ସମ୍ପୂର୍ଣ୍ଣ ଟଚ୍‌ ଫ୍ରି ସିଷ୍ଟମ । ଆସନ୍ତାକାଲି ପୁରୀ ରେଳ ଷ୍ଟେସନରେ ମଧ୍ୟ ଏହିଭଳି ଆଉ ଏକ ମେସିନ ସ୍ଥାପନ କରାଯିବ ବୋଲି ସୂଚନା ମିଳିଛି ।

Leave A Reply

Your email address will not be published.

5 + eight =