ଆଜି ବି ଆଖି ବୁଜିଲେ ୧୨ ଆକ୍ରାନ୍ତ

0

ରାଜ୍ୟରେ ଗତକାଲି ୧୨ କରୋନା ଆକ୍ରାନ୍ତ ଆଖି ବୁଜିଥିବା ବେଳେ ଆଜି ବି ଏହି ସଂଖ୍ୟା ସମାନ  ରହିଛି।    ଫଳରେ ରାଜ୍ୟରେ ସମୁଦାୟ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୫୯ ରେ ପହଞ୍ଚି ଯାଇଛି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।୧୨ ମୃତକଙ୍କ ମଧ୍ୟରୁ ଗଞ୍ଜାମ, କନ୍ଧମାଳ, କେନ୍ଦୁଝର ଓ ଖୋର୍ଦ୍ଧା ଜିଲ୍ଲାରୁ ୨ ଜଣ ଲେଖାଏ କରୋନା ଆକ୍ରାନ୍ତ ଆଖି ବୁଜିଛନ୍ତି।  ସେହିପରି ଖୋର୍ଦ୍ଧା, ଗଜପତି, ବରଗଡ଼, ବାଲେଶ୍ୱର ଜିଲ୍ଲାରୁ ଜଣେ ଲେଖା କରୋନା ଆକ୍ରାନ୍ତ ଆଖି ବୁଜିଛନ୍ତି।ଫଳରେ ଗଞ୍ଜାମରେ ସମୁଦାୟ ମୃତ୍ୟୁ ସଂଖ୍ୟା ୧୨୫ରେ ପହଞ୍ଚିଥିବା ବେଳେ ଖୋର୍ଦ୍ଧାରେ ୩୩, ସୁନ୍ଦରଗଡ଼ରେ ୧୭, କନ୍ଧମାଳରେ ୫,  କେନ୍ଦୁଝରରେ ୪, ବାଲେଶ୍ୱରରେ ୪, ବରଗଡ଼ରେ ୨ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।

Leave A Reply

Your email address will not be published.