ରାଜ୍ୟରେ ଚିହ୍ନଟ ହେଲେ ସର୍ବାଧିକ ୪୩୩୦ କରୋନା ସଂକ୍ରମିତ

0

ରାଜ୍ୟରେ ହୁ ହୁ ହୋଇ ବଢି ଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ୨୪ ଘଣ୍ଟା ମଧ୍ୟରେ ୪୩୩୦ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୭୯୮୮୦ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୫୫୬ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୧୭୭୪ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୧୭୬ଜଣ, ବାଲେଶ୍ୱର ଜିଲ୍ଲାରୁ ୧୨୧ଜଣ, ବରଗଡ଼ ଜିଲ୍ଲାରୁ ୯୯ଜଣ, ଭଦ୍ରକ ଜିଲ୍ଲାରୁ ୭୪ଜଣ, ବଲାଙ୍ଗୀର ଜିଲ୍ଲାରୁ ୭୯ଜଣ, ବୌଦ୍ଧ ଜିଲ୍ଲାରୁ ୪୭ଜଣ, କଟକ ଜିଲ୍ଲାରୁ ୫୪୯ଜଣ, ଦେଓଗଡ଼ ଜିଲ୍ଲାରୁ ୧୨ଜଣ, ଢେଙ୍କାନାଳ ଜିଲ୍ଲାରୁ ୬୭ଜଣ, ଗଜପତି ଜିଲ୍ଲାରୁ ୧୬ଜଣ, ଗଞ୍ଜାମ ଜିଲ୍ଲାରୁ ୫୧ଜଣ, ଜଗତସିଂହପୁର ଜିଲ୍ଲାରୁ ୧୬୭ଜଣ, ଯାଜପୁର ଜିଲ୍ଲାରୁ ୧୫୮ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୫୩ଜଣ, କଳାହାଣ୍ଡି ଜିଲ୍ଲାରୁ ୧୦୦ଜଣ, କନ୍ଧମାଳ ଜିଲ୍ଲାରୁ ୧୭୮ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୦୭ଜଣ, କେନ୍ଦୁଝର ଜିଲ୍ଲାରୁ ୧୧୮ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୬୪୪ଜଣ, କୋରାପୁଟ ଜିଲ୍ଲାରୁ ୯୪ଜଣ, ମାଲକାନଗିରି ଜିଲ୍ଲାରୁ ୬୩ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୫୨ଜଣ, ନବରଙ୍ଗପୁର ଜିଲ୍ଲାରୁ ୧୩୩ଜଣ, ନୟାଗଡ଼ ଜିଲ୍ଲାରୁ ୫୩ଜଣ, ନୂଆପଡ଼ା ଜିଲ୍ଲାରୁ ୬୨ଜଣ, ପୁରୀ ଜିଲ୍ଲାରୁ ୨୯୨ଜଣ, ରାୟଗଡ଼ା ଜିଲ୍ଲାରୁ ୮୫ଜଣ, ସମ୍ବଲପୁର ଜିଲ୍ଲାରୁ ୧୦୭ଜଣ, ସୋନପୁର ଜିଲ୍ଲାରୁ ୨୫ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୨୩ଜଣ, ଷ୍ଟେଟ ପୁଲ୍‌ରୁ ୨୨୫ଜଣ ରହିଛନ୍ତି ।ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୭୯୮୮୦ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୭୪୬୯ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୪୧୬୫୭ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୭୬୬୯୭୬ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

Leave A Reply

Your email address will not be published.

thirteen + three =