ଖୋଲିଲା ହୀରାକୁଦର ଦୁଇଟି ଗେଟ୍

0

ହୀରାକୁଦ: ହୀରାକୁଦ ଡ୍ୟାମ୍‌ରୁ ଛଡ଼ାଗଲା ଚଳିତ ବର୍ଷର ପ୍ରଥମ ବନ୍ୟାଜଳ । ପ୍ରଥମ ପର୍ଯ୍ୟାୟରେ ହୀରାକୁଦ ଜଳଭଣ୍ଡାରର ୨ଟି ଗେଟ୍ ଖୋଲାଗଲା । ହୀରାକୁଦରେ ୨ଟି ଗେଟ୍ ଦେଇ ଜଳ ନିଷ୍କାସନ ଜାରି । ଗେଟ୍ ଖୋଲିବା ନେଇ ହୀରାକୁଦ କର୍ତ୍ତୃପକ୍ଷଙ୍କ ପକ୍ଷରୁ ସୂଚନା ଦିଆଯାଇଛି । ହୀରାକୁଦ ଉପରମୁଣ୍ଡରେ ବର୍ଷା ଯୋଗୁଁ ଜଳଭଣ୍ଡାରକୁ ଜଳର ପ୍ରବେଶ ମାତ୍ରା ବୃଦ୍ଧି ପାଇଛି । ଜଳଭଣ୍ଡାରରେ ଜଳସ୍ତର ନିୟନ୍ତ୍ରଣରେ ରଖିବା ପାଇଁ ଆଜି ଚଳିତ ବର୍ଷର ପ୍ରଥମ ବନ୍ୟାଜଳ ନିଷ୍କାସନ ପାଇଁ ସମୟ ଧାର୍ଯ୍ୟ ହୋଇଛି । ଏହାସହ ହୀରାକୁଦ ତଳମୁଣ୍ଡ ମହାନଦୀ ଅବବାହିକାରେ ଥିବା ସମ୍ବଲପୁର ସହିତ ସୁବର୍ଣ୍ଣପୁର, ବୌଦ୍ଧ, ଅନୁଗୁଳ, ନୟାଗଡ଼, ବରଗଡ଼, କଟକ, ଫୁଲବାଣୀ, ଖୋର୍ଦ୍ଧା, କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ ଆଦି ସମସ୍ତ ୧୨ଟି ଜିଲ୍ଲାର ଜିଲ୍ଲାପାଳ, ଆରକ୍ଷୀ ଅଧୀକ୍ଷକ, ଅଧୀକ୍ଷଣ ଯନ୍ତ୍ରୀ ଓ ବିଭିନ୍ନ ବିଭାଗୀୟ ଅଧିକାରୀଙ୍କୁ ଏ ନେଇ ସତର୍କ ସୂଚନା ଦିଆଯାଇଛି ।

Leave A Reply

Your email address will not be published.

three × three =