୧୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

0

ଭୁବନେଶ୍ୱର: ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଳଘୁଚାପର ରୂପ ନେଇଛି । ଗତକାଲିର ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହା ଫଳରେ ୨୭ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି । ଲଘୁଚାପ କ୍ଷେତ୍ର ସୃଷ୍ଟି ନେଇ ଭୁବନେଶ୍ୱର ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।

ଏହା ସହ ଆଜି ପାଇଁ ୧୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହି ୧୬ ଜିଲ୍ଲାରେ ମଧ୍ୟରେ ରହିଛି- ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦୁଝର, ଅନୁଗୁଳ, ଢେଙ୍କାନାଳ, ସୁନ୍ଦରଗଡ଼, କୋରାପୁଟ, ମାଲକାନଗିରି, ଖୋର୍ଦ୍ଧା, ସମ୍ବଲପୁର, ପୁରୀ, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା ଓ ଦେବଗଡ଼ ।

Leave A Reply

Your email address will not be published.