ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ଯୋଗୀ

0

ଆସନ୍ତାବର୍ଷ ଉତ୍ତରପ୍ରଦେଶରେ ହେବାକୁ ଥିବା ବିଧାନସଭା ନିର୍ବାଚନ ପାଇଁ ଲକ୍ଷେ୍ନøରୁ ଦିଲ୍ଲୀ ପର୍ଯ୍ୟନ୍ତ ସବୁଠି ଏବେ ରାଜନୈତିକ ହଇଚଇ ସୃଷ୍ଟି ହୋଇଛି । ଇତିମଧ୍ୟରେ ୟୁପି ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଦିଲ୍ଲୀରେ ପହଞ୍ଚିଛନ୍ତି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିବା ପାଇଁ ଯୋଗୀ ତାଙ୍କ ବାସଭବନରେ ପହଞ୍ଚିଥିବା ଜଣାପଡ଼ିଛି । ସେଠାରେ ମୋଦି ଓ ଯୋଗୀଙ୍କ ମଧ୍ୟରେ ଏକ ବୈଠକ ଜାରି ରହିଛି । ଏହି ସମୟରେ କେତେକ ଗୁରୁତ୍ୱପୂର୍ଣ୍ଣ ଦିଗ ଉପରେ ଆଲୋଚନା ହୋଇପାରେ ବୋଲି କୁହାଯାଉଛି । ଏହି ବୈଠକ ଉପରେ ଏବେ ସମସ୍ତଙ୍କ ନଜର ରହିଛି । ଅନ୍ୟପଟେ ପ୍ରଧାନମନ୍ତ୍ରୀଙ୍କ ପରେ ଯୋଗୀ ଆଦିତ୍ୟନାଥ ଭାଜପା ଅଧ୍ୟକ୍ଷ ଜେ.ପି. ନଡ୍ଡାଙ୍କୁ ମଧ୍ୟ ଭେଟିବାର କାର୍ଯ୍ୟକ୍ରମ ରହିଛି । ଏହାପୂର୍ବରୁ ସେ ସ୍ୱରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କୁ ଭେଟିଥିଲେ ।

Leave A Reply

Your email address will not be published.

5 × 4 =